ରାଜ୍ୟରେ ୨୪ ଘଣ୍ଟାରେ ଆଉ ୩,୬୨୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ
ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୨୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୧୫ଟି ସଂକ୍ରମଣ ମାମଲା ଆସିଥିବା ବେଳେ ୧୫୧୪ଟି ମାମଲା ସ୍ଥାନୀୟ ସଂକ୍ରମଣ ।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରୁ ଆଉ ୩,୬୨୯ ଜଣ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଶୂନରୁ ୧୮ ବର୍ଷ ମଧ୍ୟରେ ୫୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୨୧୧୫ଟି ସଂକ୍ରମଣ ମାମଲା ଆସିଥିବା ବେଳେ ୧୫୧୪ଟି ମାମଲା ସ୍ଥାନୀୟ ସଂକ୍ରମଣ । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୧ଜଣ, ବରଗଡ଼ ଜିଲ୍ଲାରୁ ୭୧ଜଣ, ଭଦ୍ରକ ଜିଲ୍ଲାରୁ ୪୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୧ଜଣ, ବୌଦ୍ଧ ଜିଲ୍ଲାରୁ ୮୦ଜଣ, କଟକ ଜିଲ୍ଲାରୁ ୩୨୯ଜଣ, ଦେଓଗଡ଼ ଜିଲ୍ଲାରୁ ୬୮ଜଣ, ଢେଙ୍କାନାଳ ଜିଲ୍ଲାରୁ ୫୫ଜଣ, ଗଜପତି ଜିଲ୍ଲାରୁ ୫୬ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୯ଜଣ, ଯାଜପୁର ଜିଲ୍ଲାରୁ ୧୩୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୧ଜଣ, କଳାହାଣ୍ଡି ଜିଲ୍ଲାରୁ ୮୫ଜଣ, କନ୍ଧମାଳ ଜିଲ୍ଲାରୁ ୪୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୬ଜଣ, କୋରାପୁଟ ଜିଲ୍ଲାରୁ ୩୧ଜଣ, ମାଲକାନଗିରି ଜିଲ୍ଲାରୁ ୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୪୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୦ଜଣ, ନୟାଗଡ଼ ଜିଲ୍ଲାରୁ ୧୧୮ଜଣ, ନୂଆପଡ଼ା ଜିଲ୍ଲାରୁ ୭୦ଜଣ, ପୁରୀ ଜିଲ୍ଲାରୁ ୫୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୧ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୪୬ଜଣ, ଷ୍ଟେଟ ପୁଲ୍ରୁ ୧୬୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୫୯୪୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୫୩୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୧୫୩୮୦ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୭୮୧୨୨୨୪ ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୮ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୬୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications