For Quick Alerts
Turn On Notification  
For Daily Alerts
Oneindia App Download

ରାଜ୍ୟରେ ଚିହ୍ନଟ ହେଲେ ୧୧,୬୦୭ କରୋନା ପଜିଟିଭ୍

ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୪୭୯ ଟି ହେଉଛି ଲୋକାଲ୍ କେସ୍‌।

|

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୧,୬୦୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୯୯୧ ଜଣ ଅଛନ୍ତି। ୧୧,୬୦୭ ଜଣଙ୍କ ମଧ୍ୟରୁ ୬୭୨୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୮୪୭୯ ଟି ହେଉଛି ଲୋକାଲ୍ କେସ୍‌।

coronavirus

ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୪୩୪୭ ଜଣ, ସୁନ୍ଦରଗଡରୁ ୧୨୧୯ଜଣ, କଟକରୁ ୮୯୮ ଜଣ ଚିହ୍ନଟ ହୋଇଛନ୍ତି । ସେହିପରି ଷ୍ଟେଟପୁଲ୍‌ରୁ ୮୭୭, ସମ୍ବଲପୁରରୁ ୩୯୦, ବାଲେଶ୍ୱରରୁ ୩୦୫, ଯାଜପୁରରୁ ୨୩୧,ରାୟଗଡ଼ାରୁ ୨୨୯, ବଲାଙ୍ଗିରରୁ ୨୨୯, ଝାରସୁଗୁଡ଼ାରୁ ୨୧୯, ନୟାଗଡ଼ରୁ ୨୦୬, ଅନୁଗୋଳ ୧୮୫ ଓ ମୟୂରଭଞ୍ଜରୁ ୧୭୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହାବାଦ ବରଗଡ଼ରୁ ୧୪୫, ଭଦ୍ରକ ୧୫୩, ନବରଙ୍ଗପୁର ୧୪୯, ନୂଆପଡ଼ା ୧୬୬,ପୁରୀ ୧୫୭,ସୋନପୁର ୧୧୪, ବୌଦ୍ଧ ୭୮,ଦେବଗଡ଼ ୭୫, ଢେଙ୍କାନାଳ ୭୧,ଗଜପତି ୮୭, ଗଞ୍ଜାମ ୯୩, ଜଗତସିଂହପୁର ୧୩୪, କନ୍ଧମାଳ ୧୦୩, କନ୍ଧମାଳ ୮୦, କେନ୍ଦ୍ରାପଡ଼ା ୧୧୯, କେନ୍ଦୁଝର ୧୨୧, କୋରାପୁଟ ୧୬୮ ଓ ମାଲକାନଗିରିରୁ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୭୩ହଜାର୭୭୭ ଜଣ ସୁସ୍ଥ ହୋଇସାରିଲେଣି। ଏବେ ରାଜ୍ୟରେ ୮୪୭୭୦ ଜଣ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ମୃତ୍ୟୁ ସଂଖ୍ୟା ୮, ୪୯୪ କୁ ବୃଦ୍ଧି ପାଇଛି।

ରାଜ୍ୟରେ ଆଉ ଛଅ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଖୋର୍ଦ୍ଧା ଜିଲ୍ଲାରୁ ଦୁଇ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବା ବେଳେ ଭଦ୍ରକ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ସେହିପରି ଜଗତସିଂହପୁର ଓ ଝାରସୁଗୁଡ଼ାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha covid 19 cases of 19th jan
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X