ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୧୫୬ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟା ମଧ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସ
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ୧୫୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୩ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୬୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୨୦ ଜଣ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୩ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫ଜଣ, ଷ୍ଟେଟ ପୁଲ୍ରୁ ୨୦ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୪୧୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୧୫୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୪୪୦୯୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୩୩୫୬୫୬ସାମ୍ପୁଲ ଟେଷ୍ଟ୍ ହୋଇଛି ।
ଅନ୍ୟପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଦୁଇ ଜଣେ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୪୫୫କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ବୋଲି ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।












Click it and Unblock the Notifications