କାଲି ସବୁ ଜିଲ୍ଲାରେ ହେବ କୋଭିଡ଼ ମକ୍ ଡ୍ରିଲ୍
ରାଜ୍ୟରେ କୋଭିଡ ସଂକ୍ରମଣ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗ ତତ୍ପର । ବର୍ତ୍ତମାନ ସ୍ଥିତିରେ ରାଜ୍ୟରେ ପୂର୍ବପରି ଟେଷ୍ଟିଂ, ଟ୍ରାକିଂ, ଟ୍ରିଟିଂ, ଟ୍ରେସିଂ ଓ ଟିକାକରଣ ସହିତ କୋଭିଡ୍ ଲକ୍ଷଣ ଥିବା ବ୍ୟକ୍ତିଙ୍କ ନମୂନା ପରୀକ୍ଷା ଓ ନୂଆ ଭାଇରସ ଚିହ୍ନଟ ହେଲେ ତୁରନ୍ତ ସେମାନ
ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମଣ ରୋକିବାକୁ ସ୍ୱାସ୍ଥ୍ୟ ବିଭାଗ ତତ୍ପର । ବର୍ତ୍ତମାନ ସ୍ଥିତିରେ ରାଜ୍ୟରେ ପୂର୍ବପରି ଟେଷ୍ଟିଂ, ଟ୍ରାକିଂ, ଟ୍ରିଟିଂ, ଟ୍ରେସିଂ ଓ ଟିକାକରଣ ସହିତ କୋଭିଡ୍ ଲକ୍ଷଣ ଥିବା ବ୍ୟକ୍ତିଙ୍କ ନମୂନା ପରୀକ୍ଷା ଓ ନୂଆ ଭାଇରସ ଚିହ୍ନଟ ହେଲେ ତୁରନ୍ତ ସେମାନଙ୍କର ଚିକିତ୍ସା କରିବା ଓ କଣ୍ଟେନମେଣ୍ଟ ପାଇଁ ପଦକ୍ଷେପ ନେବାକୁ କୁହାଯାଇଛି ।

ଏହି ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ୱିତ କରିବା ଲାଗି ଭୁବନେଶ୍ୱରସ୍ଥିତ କ୍ୟାପିଟାଲ୍ ହସ୍ପିଟାଲ, ରାଉରକେଲା ସରକାରୀ ହସ୍ପିଟାଲ ସମେତ ସମସ୍ତ ଜିଲ୍ଲା ମୁଖ୍ୟାଳୟରେ ଥିବା ଡାକ୍ତରଖାନା ଗୁଡ଼ିକରେ ଆସନ୍ତାକାଲି ୨୭ ତାରିଖରେ ମକ୍ ଡ୍ରିଲ୍ କରାଯିବ । ଏହାବ୍ୟତୀତ ସବୁ ଜିଲ୍ଲାରେ କୋଭିଡ ଟେଷ୍ଟିଂ ବଢ଼ାଇବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର କହିଛନ୍ତି ।
ସେହିପରି କୋଭିଡକୁ ନେଇ ଆତଙ୍କିତ ନ ହୋଇ ସଚେତନ ରହିବାକୁ ସ୍ୱାସ୍ଥ୍ୟ ନିର୍ଦେଶ ବିଜୟ ମହାପାତ୍ର ଜନସାଧାରଣଙ୍କୁ ଅପିଲ କରିଛନ୍ତି । ରାଜ୍ୟରେ ଗତ ୩ ମାସ ମଧ୍ୟରେ କେବଳ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ବର୍ତ୍ତମାନ ସ୍ଥିତି ସୁରକ୍ଷିତ ରହିଛି । ତଥାପି ଏ ଦିଗରେ ସରକାର ଅଧିକ ଗୁରୁତ୍ୱ ଦେଉଥିବା ବେଳେ ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ସମସ୍ତ ପ୍ରକାର ବ୍ୟବସ୍ଥା ଯୋଗାଇବାକୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଣାପଡ଼ିଛି ।
ସେ ଆହୁରି ମଧ୍ୟ କହିଛନ୍ତି ଯେ, ଟେଷ୍ଟିଂ ଓ ଚିକିତ୍ସା ପାଇଁ ଯେଉଁ ଆବଶ୍ୟକୀୟ ଉପକରଣ ଦରକାର ତାହା ମହଜୁଦ ରହିଛି । ରାଜ୍ୟ ସରକାର ପୂର୍ବ ପ୍ରସ୍ତୁତି ଓ ମୁକାବିଲା ନେଇ ଆଜି କିମ୍ବା ଆସନ୍ତାକାଲି କେନ୍ଦ୍ର ସରକାରଙ୍କୁ ରିପୋର୍ଟ ଦେବେ। ହକି ବିଶ୍ଵକପ ପାଇଁ ଆହୁରି ସମୟ ଅଛି। ସେତେବେଳେ ପରିସ୍ଥିତିକୁ ଦେଖି ବ୍ୟବସ୍ଥା କରାଯିବ। ତେଣୁ ଏବେଠାରୁ ଆକଳନ କରି କିଛି ନିଷ୍ପତି ନେବା ଭୁଲ୍ ହେବ।
ଜାତୀୟ ହାର ତୁଳନାରେ ଓଡ଼ିଶାରେ ଦୈନିକ ଅଧିକ ଟେଷ୍ଟିଂ କରାଯାଉଛି । ନୂଆ ଭାଇରସ୍ ପାଇଁ ଭୁବନେଶ୍ୱରର ଆଇଏଲ୍ଏସ୍ ଓ ଆରଏମ୍ଆରସି ଏବଂ ଏସ୍ସିବିରେ ଜିନୋମ ସିକ୍ୱେନ୍ସିଂ କରାଯାଉଛି । କୋଭିଡ ଚିକିତ୍ସା ଲାଗି ଏସ୍ସିବି, ଏମ୍କେସିଜି ଓ ବୁର୍ଲା ମେଡିକାଲରେ ୨୦ଟି ଲେଖାଏଁ ବେଡ ପ୍ରସ୍ତୁତ ରହିଛି । ଏଥିରେ ୧୫ଟି ଅକ୍ସିଜେନ ବେଡ୍ ଓ ୫ଟି ଆଇସିୟୁ ବେଡ୍ ସାମିଲ ରହିଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ସେଠାରେ ୨୦ଟି ଲେଖାଏଁ ବେଡ ସଂଖ୍ୟା ବୃଦ୍ଧି କରାଯାଇପାରେ । ଜିଲ୍ଲା ଡାକ୍ତରଖାନାଗୁଡ଼ିକରେ ୧୦ଟି ଲେଖାଏଁ ଅକ୍ସିଜେନ ସପୋର୍ଟ ଥିବା ବେଡର ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ଜିନୋମ ସିକ୍ୱେନ୍ସିଂକୁ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ହୋଇଛି ।
ସେହିଭଳି ହକି ବିଶ୍ୱକପ୍ ପାଇଁ ୩ଟି ସହରରେ ଅଧିକ ଟେଷ୍ଟିଂ ବ୍ୟବସ୍ଥା ରହିବ । ଭୁବନେଶ୍ୱର, ରାଉରକେଲା ଏବଂ କଟକ ପାଇଁ ଅଧିକ ୩ଟି ଗାଡ଼ି ରହିବ । ୩ ସହର ପାଇଁ ଆବଶ୍ୟକ ହେଲେ ଅତିରିକ୍ତ ଷ୍ଟାଫ୍ ରଖିବାକୁ ପରାମର୍ଶ ମଧ୍ୟ ଦିଆଯାଇଛି । ୩ ସହରର ସମସ୍ତ ୟୁପିଏଚ୍ସି ଏବଂ ୟୁସିଏଚ୍ସିରେ ଟେଷ୍ଟିଂ ବ୍ୟବସ୍ଥା ରହିବ । ୟୁପିଏଚ୍ସି ଏବଂ ୟୁସିଏଚ୍ସିରେ ଆଣ୍ଟିଜେନ୍ ଓ ଆର୍ଟି-ପିସିଆର୍ ଟେଷ୍ଟ କରାଯିବ । ଏଥିସହିତ ସମସ୍ତ ସ୍ୱାସ୍ଥ୍ୟ ପ୍ରତିଷ୍ଠାନଗୁଡ଼ିକରେ ଫିଭର କ୍ଲିନିକ ଖୋଲାଯିବା ସହିତ ବାକି ରହି ଯାଇଥିବା ବ୍ୟକ୍ତିଙ୍କୁ ବୁଷ୍ଟର ଡୋଜ୍ ପ୍ରଦାନ ପାଇଁ ବ୍ୟବସ୍ଥା କରାଯିବ ।












Click it and Unblock the Notifications