ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା , ୨୪ ଘଣ୍ଟାରେ ୬୫୩ ସଂକ୍ରମିତ ଚିହ୍ନଟ
Odisha Covid-19 Report: ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା , ୨୪ ଘଣ୍ଟାରେ ୬୫୩ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର: ପୁଣି ରାଜ୍ୟରେ ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତକାଲି ରାଜ୍ୟରେ କରୋନା ସଂକ୍ରମଣ ୫ ଶହ ତଳେ ଥିବା ବେଳେ ଆଜି ୬୫୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୮୪ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୬୯ ଜଣ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୧୨୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ସର୍ବାଧିକ ୧୭୩ ଜଣ ,ଖୋର୍ଦ୍ଧାର ୯୬ ଜଣ , ଅନୁଗୁଳ ୩ ଜଣ, ବାଲେଶ୍ବରରୁ ୯ ଜଣ, ବରଗଡ଼ରୁ ୨୭ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୯ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୧ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୫, ଜଗତ୍ସିଂହପୁରରୁ ୫ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୩୦ ଜଣ, କନ୍ଧମାଳରୁ ୧୫ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେନ୍ଦୁଝରରୁ ୨ ଜଣ, କୋରାପୁଟରୁ ୧୩ ଜଣ, ମୟୂରଭଞ୍ଜରୁ ୩୩ ଜଣ, ନବରଙ୍ଗପୁରରୁ ୧୪ ଜଣ,ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୮ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ବଲପୁରରୁ ୪୬ ଜଣ,ସୋନପୁରରୁ ୧୪ ଜଣ ଚିହ୍ନଟ ହୋଇଥିବା ବେଳେ ଷ୍ଟେଟ୍ପୁଲ୍ରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ତେବେ ଏପର୍ଯ୍ୟନ୍ତ ରାଜ୍ୟରେ ନୂତନ ସଂକ୍ରମିତଙ୍କୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୦୬୬୭ରେ ପହଞ୍ଚିଛି। ଏବେ ସୁଦ୍ଧା ୧୩୦୬୨୪୯ ଜଣ ସୁସ୍ଥ ହୋଇ ସାରିଲେଣି ଓ ସକ୍ରିୟ ଅଛନ୍ତି ୫୨୧୩ ଜଣ ।












Click it and Unblock the Notifications