ରାଜ୍ୟରେ ତଳମୁହାଁ କରୋନା ଗ୍ରାଫ, ୪୨୮ ପଜିଟିଭ ଚିହ୍ନଟ
ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୪୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳମୁହାଁ ହେଉଛି କରୋନା ଗ୍ରାଫ। ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ କମୁଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ୪୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର କେବଳ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୨୮ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୨୫୨ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ହେଉଛି ୧୭୬ । ଖୋର୍ଦ୍ଧାରୁ ସର୍ବାଧିକ ୧୭୯ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୧୮ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୦ଜଣ, କଟକ ଜିଲ୍ଲାରୁ ୪୬ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୦ଜଣ, ଯାଜପୁର ଜିଲ୍ଲାରୁ ୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୭୯ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ , ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ, ଷ୍ଟେଟ ପୁଲ୍ରୁ ୪୨ଜଣ ରହିଛନ୍ତି ।
ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ, ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ୪ ମୃତକଙ୍କ ମଧ୍ୟରୁ ୨ ଜଣ ଖୋର୍ଦ୍ଧା ଜିଲ୍ଲାର ହୋଇଥିବା ବେଳେ କଟକ ଓ ପୁରୀରୁ ଜଣେ ଲେଖାଏଁ ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮,୧୦୮ କୁ ବୃଦ୍ଧି ପାଇଛି।












Click it and Unblock the Notifications