ରାଜ୍ୟରେ ୨୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୬୬ ମୃତ

ଗତ ୨୪ ରାଜ୍ୟରେ ଆଉ ୨ହଜାର ୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୨୧୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ପ୍ରଦାନ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ

ଭୁବନେଶ୍ୱର: ଗତ ୨୪ ରାଜ୍ୟରେ ଆଉ ୨ହଜାର ୧୧୦ ଜଣ କରୋନା ସଂକ୍ରମିତ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୧୨୧୩ ଓ ସ୍ଥାନୀୟ ଅଞ୍ଚଳରୁ ୮୯୭ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଉ ୬୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ନେଇ ସୂଚନା ପ୍ରଦାନ କରିଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୬୧କୁ ବୃଦ୍ଧି ପାଇଛି।

Odisha Corona Update

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୫୮ ଜଣ ଥିବା ବେଳେ କଟକରୁ ୩୨୩, ବାଲେଶ୍ୱରରୁ ୧୬୮, କେନ୍ଦ୍ରାପଡ଼ାରୁ ୧୩୨, ପୁରୀରୁ ୧୧୩, ମୟୂରଭଞ୍ଜରୁ ୯୯ ଓ ଯାଜପୁର ଜିଲ୍ଲାରୁ ୯୨ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୪୬ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ଭଦ୍ରକରୁ ୭୯, ବଲାଙ୍ଗିରରୁ ୧୩, ବୌଦ୍ଧରୁ ୧୬, ଦେବଗଡ଼ରୁ ୫, ଢେଙ୍କାନାଳରୁ ୩୫, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ ୬୭, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୭, କନ୍ଧମାଳରୁ ୧୨, କେନ୍ଦୁଝରରୁ ୬୬, କୋରାପୁଟରୁ ୧୯, ମାଲକାନଗିରିରୁ ୨୨, ନବରଙ୍ଗପୁରରୁ ୧୦, ନୟାଗଡ଼ରୁ ୭୪, ନୂଆପଡ଼ାରୁ ୨, ରାୟଗଡ଼ାରୁ ୨୯, ସମ୍ବଲପୁରରୁ ୧୯, ସୋନପୁରରୁ ୪, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟ୍‌ ପୁଲ୍‌ରୁ ୮୭ ଜଣ ଚିହ୍ନଟ ହୋଇଛନ୍ତି।

୬୬ କରୋନା ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି। ସେହିପରି ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଏଁ ଥିବା ବେଳେ ବାଲେଶ୍ୱରରୁ ୮, ସମ୍ବଲପୁରରୁ ୭, ଭଦ୍ରକ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ବଲାଙ୍ଗିର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି ଓ ପୁରୀରୁ ଜଣେ ଲେଖାଏଁ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+