ଆଜି ଦୁଇ ହଜାର ଉପରେ କରୋନା ଆକ୍ରାନ୍ତ ସଂଖ୍ୟା, ୫ ହଜାର ଟପିଲା ମୃତ୍ୟୁ ସଂଖ୍ୟା

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରେଣ୍ଟାଇନ୍‌ ଓ ବାକି ୯୪୩ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରେଣ୍ଟାଇନ୍‌ ଓ ବାକି ୯୪୩ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି।

Coronavirus

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୮୩ ଜଣ ଥିବା ବେଳେ କଟକରୁ ୩୪୮, ବାଲେଶ୍ୱରରୁ ୧୫୦, ଜଗତସିଂହପୁରରୁ ୧୨୬, ଯାଜପୁରରୁ ୧୨୪, ମୟୂରଭଞ୍ଜରୁ ୯୯, କେନ୍ଦ୍ରାପଡ଼ାରୁ ୯୫ ଓ ଷ୍ଟେଟ୍‌ ପୁଲ୍‌ରୁ ୧୦୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୮୯ ଜଣ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୧୪, ଭଦ୍ରକରୁ ୭୮, ବଲାଙ୍ଗିରରୁ ୧୮, ବୌଦ୍ଧରୁ ୧୬, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୫୪, ଗଜପତିରୁ ୧୭, ଗଞ୍ଜାମରୁ ୧୨, ଝାରସୁଗୁଡ଼ାରୁ ୧୦, କଳାହାଣ୍ଡିରୁ ୫, କନ୍ଧମାଳରୁ ୧୪, କେନ୍ଦୁଝରରୁ ୪୨, କୋରାପୁଟରୁ ୧୦, ମାଲକାନଗିରିରୁ ୨୫, ନବରଙ୍ଗପୁରରୁ ୪, ନୟାଗଡ଼ରେ ୬୯, ନୂଆପଡ଼ାରେ ୫, ପୁରୀରେ ୮୪, ରାୟଗଡ଼ାରେ ୨୯, ସମ୍ବଳପୁରରେ ୪୧, ସୋନପୁରରେ ୧୦ ଓ ସୁନ୍ଦରଗଡ଼ ଜିଲ୍ଲାରେ ୪୩ ଜଣ ଚିହ୍ନଟ ହୋଇଛନ୍ତି।

୨୨୧୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୪ ହଜାର ୩୨୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୨୭ ହଜାର ୯୨୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨୧ ହଜାର ୨୮୯ ଜଣ ଚିକିତ୍ସାଧୀନ ଅଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+