କାଲି ଅପେକ୍ଷା ଆଜି ସାମାନ୍ୟ ବଢିଲା ଦୈନକ କରୋନା ସଂକ୍ରମଣ
: ଗତକାଲି ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳ
ଭୁବନେଶ୍ୱର: ଗତକାଲି ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୨୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୨ ବର୍ଷ ବୟସ ମଧ୍ୟରେ ୬ ଜଣ ସଂକ୍ରମିତ ରହିଛନ୍ତି ।

ଆଜି ରାଜ୍ୟର ୧୪ଟି ଜିଲ୍ଲାରୁ ୫୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୪ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୮ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୫ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ ଓ ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୫୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୭୭୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।












Click it and Unblock the Notifications