ରାଜ୍ୟରେ ଆଜି ସାମାନ୍ୟ ବଢିଲା କରୋନା ଦୈନିକ ସଂକ୍ରମଣ, ଚିନ୍ତା ବଢ଼ାଉଛି ଖୋର୍ଦ୍ଧା
ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୋମବାର ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି।
ଭୁବନେଶ୍ୱର: ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ସଂଖ୍ୟା ୨ ହଜାର ଅତିକ୍ରମ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୦୮୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସୋମବାର ସଂଖ୍ୟା ୨ ହଜାର ତଳେ ରହିଥିବା ବେଳେ ଆଜି ୨ ହଜାର ଉପରେ ରହିଛି। ସେମାନଙ୍କ ମଧ୍ୟରୁ ୧୧୯୮ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୮୮୭ଟି ହେଉଛି ଲୋକାଲ୍ କେସ୍। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୫୬ ଜଣଙ୍କ ସମ୍ପର୍କରେ ସରକାରଙ୍କ ତରଫରୁ ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୧୭୨କୁ ବୃଦ୍ଧି ପାଇଛି।

କିନ୍ତୁ ଚିନ୍ତା ବଢ଼ାଉଛି ଖୋର୍ଦ୍ଧା ଜିଲ୍ଲା । ବଢୁଛି ସଂକ୍ରମଣ। ଖୋର୍ଦ୍ଧାରୁ ସର୍ବାଧିକ ୫୨୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିଭଳି କଟକରୁ ୨୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୧୧୩, ବରଗଡ଼ରୁ ୧୫, ଭଦ୍ରକରୁ ୧୭୩, ବଲାଙ୍ଗୀରରୁ ୭, ବୌଦ୍ଧରୁ ୩, ଦେବଗଡ଼ରୁ ୪, ଢ଼େଙ୍କାନାଳରୁ ୪୧, ଗଜପତିରୁ ୧୯, ଗଞ୍ଜାମରୁ ୧୪, ଜଗତସିଂହପୁରରୁ ୧୦୮, ଯାଜପୁରରୁ ୧୩୨, ଝାରସୁଗୁଡ଼ାରୁ ୨, ଗଳାହାଣ୍ଡିରୁ ୧୦, ଗନ୍ଧମାଳରୁ ୧୮, କେନ୍ଦ୍ରାପଡ଼ାରୁ ୯୪, କେନ୍ଦୁଝରରୁ ୨୪, କୋରାପୁଟ ୧୬, ମାଲକାନାଗିରିରୁ ୧୯, ମୟୂରଭଞ୍ଜ ୮୪, ନବରଙ୍ଗପୁର ୧୮, ନୟାଗଡ଼ ୬୦, ନୂଆପଡ଼ା ୫, ପୁରୀ ୧୦୬, ରାୟଗଡ଼ା ୧୪, ସମ୍ବଲପୁର ୩୬, ସୋନପୁର ୪, ସୁନ୍ଦରଗଡ଼ ୨୫, ଷ୍ଟେଟପୁଲରୁ ୧୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
Covid-19 Report For 19th July
New Positive Cases: 2085
In Quarantine: 1198
Local Contacts: 887(Details of local contacts will be shared by concerned Dist Administration)
District Wise Cases:
1. Angul: 73
— I & PR Department, Odisha (@IPR_Odisha) July 20, 2021
2. Balasore: 113
3. Bargarh: 15
4. Bhadrak: 173
5. Balangir: 7
୨୦୮୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୫୮ ହଜାର ୫୯ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୩୨ ହଜାର ୬୬୬ ଜଣ ସୁସ୍ଥ ହୋଇସାରିଛନ୍ତି। ୨୦ ହଜାର ୧୬୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
ସେହିପରି ଯେଉଁ ୫୬ ମୃତକଙ୍କ ସଂପର୍କରେ ତଥ୍ୟ ଦିଆଯାଇଛି, ସେମାନଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଅଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୮ ଜଣ ଥିବା ବେଳେ ବରଗଡ଼ ଓ ମୟୂରଭଞ୍ଜରୁ ୬ ଜଣ ଲେଖାଏଁ, କେନ୍ଦ୍ରାପଡ଼ା, କେନ୍ଦୁଝର ଓ ପୁରୀରୁ ୩ ଜଣ ଲେଖାଏଁ, ମାଲକାନଗିରିରୁ ୨ ଏବଂ କଟକ, ଦେବଗଡ଼, ଗଞ୍ଜାମ, କଳାହାଣ୍ଡି, କୋରାପୁଟ ଓ ସମ୍ବଲପୁରରୁ ଜଣେ ଲେଖାଏଁ ଅଛନ୍ତି।












Click it and Unblock the Notifications