ଆଜି ଓଡିଶାରୁ ୨୫ କରୋନା ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ତଳ ମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଆଜି ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷ ମଧ୍ୟରେ ୨ଜଣ ଚିହ୍ନଟ ହୋଇଛନ୍ତି । ଏହା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୧୦ ଜିଲ୍ଲାରୁ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ୪ ଜଣ, କଟକ, ଖୋର୍ଦ୍ଧା, ପୁରୀ ଓ ସମ୍ବଲପୁର ଜିଲ୍ଲାରୁ ୩ ଜଣ ଲେଖାଁଏ, ବରଗଡ଼, କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର ଓ ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୫୯୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୨୬୭ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୭୯୧୧୮୯ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications