ରାଜ୍ୟରେ ଆଜି ମାତ୍ର ୩୯ କରୋନା ଆକ୍ରାନ୍ତ ଚିହ୍ନଟ
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୩ ଜଣ ସଂକ୍ରମିତ ରହିଛନ୍ତି ।

ଅନୁଗୁଳ ଜିଲ୍ଳାରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୨ ଜଣ, ବଲାଙ୍ଗୀରରୁ ଜଣେ, କଟକୁ ୭ ଜଣ, ଖୋର୍ଦ୍ଧାରୁ ୬ ଜଣ, ମୟୂରଭଞ୍ଜରୁ ଜଣେ, ନୂଆପଡ଼ାରୁ ୨ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟ୍ପୁଲ୍ରୁ ଜଣେ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ନୂତନ ସଂକ୍ରମିତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ୧୩୩୫୫୯ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୨୬୩୩୫ ଓ ଏବେ ବି ସକ୍ରିୟ ଅଛନ୍ତି ୩୬୮ ଜଣ।












Click it and Unblock the Notifications