ଆଜି ରାଜ୍ୟରୁ ଆଉ ୪୧ କରୋନା ପଜିଟିଭ ଚିହ୍ନଟ
ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ରେଖା ପଚାଶ ତଳେ ରହିଛି । ଗତକାଲି ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ରେଖା ପଚାଶ ତଳେ ରହିଛି । ଗତକାଲି ୩୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୮ ବର୍ଷ ମଧ୍ୟରେ ୫ଜଣ ଚିହ୍ନଟ ହୋଇଛନ୍ତି । କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୭ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଆଜି ରାଜ୍ୟର ୧୫ଟି ଜିଲ୍ଲାରୁ ୪୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି କଟକ ଜିଲ୍ଲାରୁ ସର୍ବାଧିକ ୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବରଗଡ଼ ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧, କଟକରୁ ୮ ଜଣ, ଜଗତସିଂହପୁରରୁ ୧, କଳାହାଣ୍ଡିରୁ ୨, କେଉଁଝରରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୪, କୋରାପୁଟରୁ ୨, ମୟୂରଭଞ୍ଜରୁ ୩, ନବରଙ୍ଗପୁରରୁ ୩, ପୁରୀରୁ ୩, ସମ୍ବଲପୁରରୁ ୨ ଜଣ, ସୋନପୁରରୁ ୧, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୦୦୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୪୧୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୩୩୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।












Click it and Unblock the Notifications