ରାଜ୍ୟରେ କମୁଛି କରୋନା ଗ୍ରାଫ୍, ଦିନକରେ ୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ କମୁଛି କରୋନା ଗ୍ରାଫ୍, ଦିନକରେ ୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ୱର: ରାଜ୍ୟରେ କମୁଛି କରୋନା ଗ୍ରାଫ୍ । ଦିନକରେ ୪୨ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ । ସେହିପରି ୧୮ ବର୍ଷ ମଧ୍ୟରେ ୬ଜଣ ଚିହ୍ନଟ ହୋଇଛନ୍ତି । କ୍ୱାରାଣ୍ଟାଇନ୍ ସେଣ୍ଟରରୁ ୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୮ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ଏ ପର୍ଯ୍ୟନ୍ତ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩୩୬୦୪୪କୁ ବୃଦ୍ଧି ପାଇଛି ।

ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ୩, ଜଗତସିଂହପୁର ୩ଜଣ, କଳାହାଣ୍ଡି ଜଣେ, ଖୋର୍ଦ୍ଧାରୁ ୨ଜଣ, କୋରାପୁଟରୁ ଜଣେ, ମୟୁରଭଞ୍ଜରୁ ଜଣେ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୨ଜଣ, ସୋନପୁର ଜିଲ୍ଲାରୁ ଜଣେ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ମୋଟ୍ ୧୩୩୬୦୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୩୦୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୫୨୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୨୧୬୧୫ ସାମ୍ପୁଲ ଟେଷ୍ଟ୍ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ କରି ସୂଚନା ଦିଆଯାଇଛି ।












Click it and Unblock the Notifications