ରାଜ୍ୟରେ ପୁଣି ବଢିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ୯୨୦ ପଜିଟିଭ୍ ଚିହ୍ନଟ

ଆଜି ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । ଗତକାଲି ରାଜ୍ୟରୁ ୭୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୯୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଉପର ମୁହାଁ କରୋନା ଗ୍ରାଫ । ଗତକାଲି ରାଜ୍ୟରୁ ୭୪୧ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୯୨୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୩୮ ଜଣ କ୍ୱାରେଣ୍ଟାଇନରେ ଥିବାବେଳେ ୩୮୨ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୬୬ ଜଣ ସଂକ୍ରମିତ ରହିଛନ୍ତି ।

odisha corona cases

ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୭ଜଣ, ବରଗଡ଼ ଜିଲ୍ଲାରୁ ୫୪ଜଣ, ଭଦ୍ରକ ଜିଲ୍ଲାରୁ ୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮ଜଣ, ଯାଜପୁର ଜିଲ୍ଲାରୁ ୧୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୭ଜଣ, କନ୍ଧମାଳ ଜିଲ୍ଲାରୁ ୨୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୩ଜଣ, କୋରାପୁଟ ଜିଲ୍ଲାରୁ ୨୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୨୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୧୨ଜଣ, ରାୟଗଡ଼ା ଜିଲ୍ଲାରୁ ୧୫ଜଣ, ସମ୍ବଲପୁର ଜିଲ୍ଲାରୁ ୬୮ଜଣ, ସୋନପୁର ଜିଲ୍ଲାରୁ ୨୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୫୦ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ଏବେ ୬୩୮୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୦୦୨୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୦୨୫୦୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+