ରାଜ୍ୟରେ ଆଜି ୨୨ କୋଭିଡ୍ ପଜିଟିଭ୍ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୫ ଜଣ, କଟକ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଦେବଗଡ଼ ଓ ଯାଜପୁର ଜିଲ୍ଲାରୁ ୨ ଜଣ ଲେଖାଁଏ, ବାଲେଶ୍ବର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା, ସମ୍ବଲପୁର ଓ ସୋନପୁର ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍ରୁ ଜଣେ ଆକ୍ରାନ୍ତ ରହିଛନ୍ତି।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୩୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୭୨୮ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୬୦୨୧୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications