Get Updates
Get notified of breaking news, exclusive insights, and must-see stories!

୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲ ୬୩୮ କରୋନା ପଜିଟିଭ୍

ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୩୬୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ତଳକୁ ଖସୁଛି ସଂକ୍ରମଣର ପାରା । ଗତ ୨୪ ଘଣ୍ଟା ମଧ୍ୟରେ ୬୩୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ୩୬୭ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୨୭୧ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୧୧୦ ଜଣ ପଜିଟିଭ ରହିଛନ୍ତି ।

Odisha Corona Update

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦ଜଣ, ଗଜପତି ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨୧ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬୦ଜଣ, ମାଲକାନାଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୭ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ, ଷ୍ଟେଟ ପୁଲ୍‌ରୁ ୫୭ଜଣ ରହିଛନ୍ତି ।

ସେହିପରି ରାଜ୍ୟରେ କରୋନାରେ ପ୍ରାଣ ହରାଇଥିବା ଆଉ ୬୮ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭,୯୬୯କୁ ବୃଦ୍ଧି ପାଇଛି। ଏଥି ମଧ୍ୟରୁ କଟକରୁ ସର୍ବାଧିକ ୨୨ ଜଣ ଥିବା ବେଳେ ଅନୁଗୋଳରୁ ୧୧, ଜଗତସିଂହପୁରରୁ ୮, କେନ୍ଦ୍ରାପଡ଼ାରୁ ୬, ବାଲେଶ୍ୱରରୁ ୫, ଢେଙ୍କାନାଳରୁ ୪, ଭଦ୍ରକ ଓ ପୁରୀରୁ ୩ ଜଣ ଲେଖାଏଁ ଏବଂ ଯାଜପୁର, ଖୋର୍ଦ୍ଧା ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ଅଛନ୍ତି।

କଟକରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୨କୁ ବୃଦ୍ଧି ପାଇଥିବା ବେଳେ ଅନୁଗୋଳରେ ୩୭୪, ବାଲେଶ୍ୱରରେ ୨୮୧, ଭଦ୍ରକରେ ୧୩୮, ଢେଙ୍କାନାଳରେ ୨୩୮, ଜଗତସିଂହପୁରରେ ୨୮୬, ଯାଜପୁରରେ ୧୫୨, କେନ୍ଦ୍ରାପଡ଼ାରେ ୨୩୮, ଖୋର୍ଦ୍ଧାରେ ୧୪୪୦, ମୟୂରଭଞ୍ଜରେ ୨୭୧ ଓ ପୁରୀରେ ୪୩୫ରେ ପହଞ୍ଚିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+