ଆଜି ରାଜ୍ୟରେ ଚିହ୍ନଟ ହେଲେ ୩୭ କୋଭିଡ୍ ପଜିଟିଭ୍
ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୨୨ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୧୫ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୭ ଜଣ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୫ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, ଷ୍ଟେଟ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୧୬୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୫୯ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୬୫୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୮୪୩୫୯୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।












Click it and Unblock the Notifications