ଆଜି ରାଜ୍ୟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ନିମ୍ନଗାମି କରୋନା ଗ୍ରାଫ । ଆଜି ସର୍ବନିମ୍ନ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ
ଭୁବନେଶ୍ବର: ରାଜ୍ୟରେ ନିମ୍ନଗାମି କରୋନା ଗ୍ରାଫ । ଆଜି ସର୍ବନିମ୍ନ ୧୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୩୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ । ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୨ ଜଣ ସଂକ୍ରମିତ ରହିଛନ୍ତି ।

ଆଜି ରାଜ୍ୟର ୯ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ପୁରୀ ଜିଲ୍ଲାରୁ ସର୍ବାଧିକ ୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ବଲାଙ୍ଗୀରରୁ ୧ ଜଣ, ଦେବଗଡ଼ରୁ ୩, ଯାଜପୁରରୁ ୧, କଳାହାଣ୍ଡିରୁ ୧, ପୁରୀରୁ ୪, ସମ୍ବଲପୁରରୁ ୧ ଜଣ, ସୋନପୁରରୁ ୧ ଓ ସୁନ୍ଦରଗଡ଼ରୁ ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୧୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୬୨୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୫୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।












Click it and Unblock the Notifications