ଆଜି ୭ ଶହ ମୁହାଁ ରାଜ୍ୟର ଦୈନିକ କରୋନା ସଂକ୍ରମଣ, ଖୋର୍ଦ୍ଧା ହଟସ୍ପଟ୍
ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୯ ଜଣ ଅଛନ୍ତି। ସେହିପରି ୩୯୭ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୨୮୩ଟି ଲୋକାଲ୍ କେସ୍।
ଭୁବନେଶ୍ୱର: ନୂଆ ବର୍ଷରେ ଉପର ମୁହାଁ କରୋନା ଗ୍ରାଫ । ଆଜି ଛଅ ଶହ ପାର୍ ରାଜ୍ୟର ଦୈନିକ କରୋନା ସଂକ୍ରମଣ । ଜାନୁଆରୀ ମାସ ଆରମ୍ଭରୁ ସଂକ୍ରମଣ ମାମଲା ବଢ଼ି ବଢ଼ି ଚାଲିଛି । ୨ ଦିନ ହେଲା ୪୩୦ ଭିତରେ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ଆଜି ୭୦୦ ମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୮୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୧୯ ଜଣ ଅଛନ୍ତି। ସେହିପରି ୩୯୭ ଜଣ କ୍ୱାରେଣ୍ଟାଇନ୍ରେ ଥିବା ବେଳେ ବାକି ୨୮୩ଟି ଲୋକାଲ୍ କେସ୍।

ତେବେ ସବୁଥରକ ପରି ଏଥର ମଧ୍ୟ କରୋନାର ହଟସ୍ପଟ୍ ପାଲଟିଛି ଖୋର୍ଦ୍ଧା ଜିଲ୍ଲା। ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଖୋର୍ଦ୍ଧାରୁ ୨୬୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୩୪ ଜଣ, ବରଗଡ଼ରୁ ୧୪ ଜଣ, ବଲାଙ୍ଗିରରୁ ୪ ଜଣ, କଟକରୁ ୫୯ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ଜଣେ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୭ ଜଣ, ଝାରସୁଗୁଡ଼ାରୁ ୨୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିଭଳି କେନ୍ଦ୍ରାପଡ଼ାରୁ ୩ ଜଣ, କେନ୍ଦୁଝରରୁ ୮ ଜଣ, କୋରାପୁଟରୁ ୯ ଜଣ, ମୟୂରଭଞ୍ଜରୁ ୮ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ଜଣେ, ପୁରୀରୁ ୧୫ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୪୨ ଜଣ, ସୋନପୁରରୁ ୬ ଜଣ, ସୁନ୍ଦରଗଡ଼ରୁ ୬୯ ଓ ଷ୍ଟେଟପୁଲରୁ ୬୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
୬୮୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୫୬ ହଜାର ୬୬୦କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୧୦ ଲକ୍ଷ ୪୫ ହଜାର ୨୫୫ ଜଣ ସୁସ୍ଥ ହୋଇସାରିଛନ୍ତି। ୨୮୮୮ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ ଏଯାବତ୍ କରୋନାର ଓମିକ୍ରନ୍ ଭ୍ୟାରିଆଣ୍ଟରେ ୩୯ ଜଣ ସଂକ୍ରମିତ ହୋଇଛନ୍ତି।












Click it and Unblock the Notifications