ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୨୮୦୩ କରୋନା ପଜିଟିଭ୍

ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୮୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୯୭ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ଅଛି ୧,୨୦୬ ।

ଭୁବନେଶ୍ୱର: ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ରାଜ୍ୟରେ ୨୪ ଘଣ୍ଟାରେ ୨ ହଜାର ୮୦୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧,୫୯୭ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ୍ ଅଛି ୧,୨୦୬ । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୨୪,୬୯୯କୁ ବୃଦ୍ଧି ପାଇ ଥିବାବେଳେ କରୋନାକୁ ମାତ୍‌ ଦେଇ ସୁସ୍ଥ ହୋଇଛନ୍ତି ୮,୯୦,୭୭୮ ଜଣ । ଦେଶରେ ଏବେ ଆକ୍ଟିଭ କେସ ଅଛି ୨୯,୬୨୦। ରାଜ୍ୟରେ ପଜିଟିଭିଟି ରେଟ ୩.୭୫% ରହିଛି।

Odisha Corona Update

ଖୋର୍ଦ୍ଧାରୁ ସର୍ବାଧିକ ୪୭୫ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୪୪୧ଟି ପଜିଟିଭ୍ କେସ୍ ଆସିଛି । ଅନୁଗୁଳରୁ ୯୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୫୫, ବରଗଡ଼ରୁ ୧୭, ଭଦ୍ରକରୁ ୧୩୧, ବଲାଙ୍ଗିରରୁ ୩, ବୌଦ୍ଧରୁ ୨୧, ଦେବଗଡ଼ରୁ ୯, ଢେଙ୍କାନାଳରୁ ୬୭, ଗଜପତିରୁ ୧୦, ଗଞ୍ଜାମରୁ ୨୦, ଜଗତସିଂହପୁରରୁ ୧୧୭, ଯାଜପୁରରୁ ୧୫୩, ଝାରସୁଗୁଡ଼ାରୁ ୭, କଳାହାଣ୍ଡିରୁ ୧୫, କନ୍ଧମାଳରୁ ୨୦, କେନ୍ଦ୍ରାପଡ଼ାରୁ ୧୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିଭଳି କେନ୍ଦୁଝରରୁ ୬୪, କୋରାପୁଟରୁ ୬୫, ମାଲକାନଗିରିରୁ ୫୫, ମୟୂରଭଞ୍ଜରୁ ୧୯୩, ନବରଙ୍ଗପୁରରୁ ୧୫, ନୟାଗଡ଼ରୁ ୧୧୫, ନୂଆପଡ଼ାରୁ ୮, ପୁରୀରୁ ୧୫୪, ରାୟଗଡ଼ାରୁ ୫୪, ସମ୍ବଲପୁରରୁ ୩୨, ସୋନପୁରରୁ ୧୮, ସୁନ୍ଦରଗଡ଼ରୁ ୬୨ ଓ ଷ୍ଟେଟପୁଲରୁ ୯୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୨୪ ହଜାର ୬୯୯କୁ ବୃଦ୍ଧି ପାଇଛି । ୨୯ ହଜାର ୬୨୦ଟି ସକ୍ରିୟ ସଂକ୍ରମଣ ମାମଲା ରହିଥିବା ବେଳେ ୮ ଲକ୍ଷ ୯୦ ହଜାର ୭୭୮ ଜଣ କରୋନାରୁ ସୁସ୍ଥ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+