ଆଜି ରାଜ୍ୟରେ ୧୫ କରୋନା ଆକ୍ରାନ୍ତ ଚିହ୍ନଟ
ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୬ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ଏଥି ମଧ୍ୟରେ ଜଣେ ବି ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ନଥିବା ଜଣାଯାଇଛି ।

ଆଜି ରାଜ୍ୟର ୮ଟି ଜିଲ୍ଲାରୁ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରେ ବରଗଡ଼ ଜିଲ୍ଲାରୁ ୩, ବଲାଙ୍ଗୀରରୁ ୧, କଟକରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩, ମୟୂରଭଞ୍ଜରୁ ୧, ପୁରୀରୁ ୧, ସମ୍ବଲପୁରରୁ ୨ ଜଣ ଓ ସୁନ୍ଦରଗଡ଼ରୁ ୩ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୬, ୨୩୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୬, ୭୬୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨୦୮ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।












Click it and Unblock the Notifications