ରାଜ୍ୟରେ ଆଉ ୭ଜଣଙ୍କ ଜୀବନ ନେଲା କରୋନା
୨୪ ଘଣ୍ଟାରେ ମାତ୍ର ୭ ଜଣଙ୍କ ଜୀବନ ନେଇଛି ମହାମାରୀ । ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୮୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩୧ ଜଣ ହେଉଛନ୍ତି ଶୂନରୁ ୧୮ ବର୍ଷ ବର୍ଗର। ସେହିପରି ୨୪ ଘଣ୍ଟାରେ ମାତ୍ର ୭ ଜଣଙ୍କ ଜୀବନ ନେଇଛି ମହାମାରୀ । କ୍ୱାରେଣ୍ଟାଇନ୍ରୁ ୪୬୭ ଜଣ ଥିବା ବେଳେ, ଲୋକାଲ କେସ୍ ରହିଛି ୩୩୮ ।

ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୩୪୬ ଜଣ ଥିବା କେଳେ, କଟକରୁ ୯୮ ଓ ଷ୍ଟେଟ ପୁଲରୁ ୮୩ ଜଣ ଅଛନ୍ତି । ଅନୁଗୋଳ ଜିଲ୍ଲାରୁ ଆଉ ୧୩ ଜଣ ପଜିଟିଭ୍ ବାହାରିଥିବା ବେଳେ ବାଲେଶ୍ୱରରୁ ୩୦, ବରଗଡ଼ରୁ ୫, ଭଦ୍ରକରୁ ୧୪, ବୌଦ୍ଧରୁ ୩, କଟକରୁ ୯୮, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୧, ଗଜପତିରୁ ଜଣେ, ଗଞ୍ଜାମରୁ ୬, ଜଗତସିଂହପୁରରୁ ୧୭, ଯାଜପୁରରୁ ୧୯, ଝାରସୁଗୁଡ଼ାରୁ ୨, କେନ୍ଦ୍ରାପଡ଼ାରୁ ୩୩, କେନ୍ଦୁଝରରୁ ୮, କୋରାପୁଟରୁ ୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୭, ନବରଙ୍ଗପୁରରୁ ୭, ନୟାଗଡ଼ରୁ ୧୦, ପୁରୀରୁ ୧୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୨୧, ସୁନ୍ଦରଗଡ଼ରୁ ୧୬ ଓ ଷ୍ଟେଟ୍ ପୁଲ୍ରୁ ୮୩ ଜଣ ଚିହ୍ନଟ ହୋଇଛନ୍ତି।
୫ଟି ଜିଲ୍ଲା- ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଓ ସୁବର୍ଣ୍ଣପୁରରୁ ଜଣେ ବି ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି। ୮୦୫ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୧ ହଜାର ୫୫୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୯ ଲକ୍ଷ ୯୬ ହଜାର ୩୦୦ ଜଣ ସୁସ୍ଥ ହୋଇସାରିଛନ୍ତି। ୭,୧୫୮ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।
୭ ମୃତକଙ୍କ ମଧ୍ୟରେ ଅନୁଗୋଳ ଓ ବାଲେଶ୍ୱର ଜିଲ୍ଲାରୁ ୨ ଜଣ ଲେଖାଏଁ ଥିବା ବେଳେ ଭଦ୍ରକ, କଟକ ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ ଅଛନ୍ତି। ଅନୁଗୋଳ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୭କୁ ବୃଦ୍ଧି ପାଇଥିବା ବେଳେ ବାଲେଶ୍ୱରରେ ୨୮୪, ଭଦ୍ରକରେ ୧୪୦, କଟକରେ ୮୧୧ଓ ଖୋର୍ଦ୍ଧାରେ ୧୪୬୫ରେ ପହଞ୍ଚିଛି।












Click it and Unblock the Notifications