ଆଜି ରାଜ୍ୟରେ ଶହେରୁ କମ ପିଲା କରୋନା ସଂକ୍ରମିତ
ଗତ ୨୪ ଘଣ୍ଟାରେ ରାଜ୍ୟରେ ଶହେରୁ କମ ପିଲା କରୋନା ସଂକ୍ରମିତ ହୋଇଛନ୍ତି ।
ଭୁବନେଶ୍ୱର: ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ରାଜ୍ୟରେ ଶିଶୁ ସଂକ୍ରମଣ ବଢିବାରେ ଲାଗିଛି । ହେଲେ ଆଜି ଏଥିରୁ ସାମାନ୍ୟ ଆସ୍ୱସ୍ତି ମିଳିଥିବା ଦେଖାଯାଉଛି । କାରଣ ଗତ ୨୪ ଘଣ୍ଟାରେ ରାଜ୍ୟରେ ଶହେରୁ କମ ପିଲା କରୋନା ସଂକ୍ରମିତ ହୋଇଛନ୍ତି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୬୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୯୩ ଜଣ ୧୮ ବର୍ଷରୁ କମ୍ ବର୍ଗର ଅଛନ୍ତି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୩୭୨ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ। ବାକି ୨୬୬ ହେଉଛି ଲୋକାଲ୍ କେସ୍। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସେହିପରି ଅନୁଗୁଳରୁ ୧୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୩, ବରଗଡ଼ରୁ ୭, ଭଦ୍ରକରୁ ୧୪, ବଲାଙ୍ଗିରରୁ ୨, ବୌଦ୍ଧରୁ ୧, କଟକରୁ ୬୬, ଦେବଗଡ଼ରୁ ୩, ଢେଙ୍କାନାଳରୁ ୯, ଗଜପତିରୁ ୯, ଗଂଜାମରୁ ୪, ଜଗତସିଂହପୁରରୁ ୨୨, ଯାଜପୁରରୁ ୩୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୧୫, କେନ୍ଦୁଝର- ୧୪, କୋରାପୁଟରୁ ୩, ମାଲକାନଗିରିରୁ ୫,ମୟୂରଭଂଜରୁ ୨୨, ନବରଙ୍ଗପୁରରୁ ୪, ନୟାଗଡ଼ରୁ ୨, ପୁରୀରୁ ୧୮,ସମ୍ବଲପୁରରୁ ୧୪, ସୁବର୍ଣ୍ଣପୁରରୁ ୨, ସୁନ୍ଦରଗଡ଼ରୁ ୧୫, ଷ୍ଟେଟପୁଲରୁ ୫୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୨ ହଜାର ୮୦୫କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୯୯୭୭୯୦ ସୁସ୍ଥ ହୋଇ ସାରିଥିବା ବେଳେ ଆକ୍ଟିଭ କେସ୍ ହେଉଛି ୬୯୦୦।
ଅନ୍ୟପଟେ କରୋନାରେ ପ୍ରାଣ ହରାଇଥିବା ଆଉ ୭ ଜଣଙ୍କ ସଂପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏହି ୭ ମୃତକଙ୍କ ମଧ୍ୟରେ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୨ ଲେଖାଏଁ ଓ ପୁରୀରୁ ଜଣେ କରୋନାରେ ଆଖି ବୁଜିଛନ୍ତି । ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦୬୨କୁ ବୃଦ୍ଧି ପାଇଛି।












Click it and Unblock the Notifications