ଭଲ ଖବର: ଆଜି ଚିହ୍ନଟ ହେଲେ ମାତ୍ର ୬ କୋଭିଡ୍ ପଜିଟିଭ୍
ରାଜ୍ୟରେ ସମ୍ପୂର୍ଣ୍ଣ ତଳେ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।
ଭୁବନେଶ୍ୱର: ରାଜ୍ୟରେ ସମ୍ପୂର୍ଣ୍ଣ ତଳେ ରହିଛି ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩ ଜଣ କ୍ୱାରେଣ୍ଟାଇନ୍ ରହିଥିବା ବେଳେ ୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୦୧ ଜଣ ସଂକ୍ରମିତ ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବରଗଡ଼ ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୬୨୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୩୨୬୮୬୨ ଜଣ ସୁସ୍ଥ ହୋଇଛନ୍ତି ।












Click it and Unblock the Notifications