ରାଜ୍ୟରେ କମିଲା ଦୈନିକ ସଂକ୍ରମଣ: ଫେରିଲା କରୋନା ମୃତ୍ୟୁ

ଗତକାଲି ୬୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ବର: ରାଜ୍ୟରେ ଚାରି ଦିନ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି । ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଏହା ୫ ଶହ ତଳକୁ ରହିଛି । ଗତକାଲି ୬୫୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

odisha corona cases

ଏମାନଙ୍କ ମଧ୍ୟରୁ ୨୮୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୨୦୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରେ ୮୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି । ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୪୮୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୩୭ ଜଣ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ରାଜ୍ୟରେ ଆଉ ୨ ଜଣ କରୋନା ସଂକ୍ରମିତଙ୍କ ଜୀବନ ଯାଇଛି । ମୋଟ ମୃତ୍ୟୁକୁ ମିଶାଇ ରାଜ୍ୟରେ ୪ର୍ଥ ଲହରିରେ ମୃତକଙ୍କ ସଂଖ୍ୟା ୨୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୧୫୧କୁ ବୃଦ୍ଧି ପାଇଛି ।

ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୭୮ ଜଣ, ସମ୍ବଲପୁରରୁ ୩୯ ଜଣ,କଟକରୁ ୩୧ ଜଣ, କଳାହାଣ୍ଡିରୁ ୨୧ ଜଣ, ମୟୂରଭଞ୍ଜ ଓ ନୂଆପଡ଼ା ଜିଲ୍ଲାରୁ ୧୫ ଜଣ ଲେଖାଁଏ, ନୟାଗଡ଼ରୁ ୧୪ ଜଣ, ବଲାଙ୍ଗୀର ଓ ସୋନପୁର ଜିଲ୍ଲାରୁ ୧୧ ଜଣ ଲେଖାଁଏ, ଯାଜପୁର ଓ ରାୟଗଡ଼ା ଜିଲ୍ଳାରୁ ୯ ଜଣ ଲେଖାଁଏ, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାରୁ ୭ ଜଣ ଲେଖାଁଏ, ଗଜପତିରୁ ୬ ଜଣ, କୋରାପୁଟରୁ ୫ ଜଣ, ବାଲେଶ୍ବର, ଦେବଗଡ଼, ଜଗତସିଂହପୁର ଓ ଝାରସୁଗୁଡ଼ା ଜିଲ୍ଲାରୁ ୩ ଜଣ ଲେଖାଁଏ, ଭଦ୍ରକ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ କେନ୍ଦୁଝର ଜିଲ୍ଲାରୁ ୨ ଜଣ ଲେଖାଁଏ, ଅନୁଗୁଳ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଁଏ ଏବଂ ଷ୍ଟେଟ୍ ପୁଲ୍‌ରୁ ୧୯ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୨୦, ୦୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ସେହିପରି ୧୩,୦୫, ୨୬୧ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୫୫୪୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+