ରାଜ୍ୟରେ ନୂଆ ୫୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ, ୫ ମୃତ

ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ ।

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୫୬୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୬୩ ଜଣ ଆକ୍ରାନ୍ତଙ୍କ ବୟସ ୧୮ ବର୍ଷରୁ କମ । କ୍ୱାରେଣ୍ଟାଇନରୁ ୩୨୮ ଜଣ ଚିହ୍ନଟ ହୋଇଥିବାବେଳେ ୨୩୭ ଜଣ ସ୍ଥାନୀୟ ସଂକ୍ରମିତ ରହିଛି । ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚିତ କରାଯାଇଛି ।

odisha corona

ତେବେ ଆଜି ମଧ୍ୟ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନୁଗୋଳରୁ ୮ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨୮, ବରଗଡ଼ରୁ ୨, ଭଦ୍ରକରୁ ୬, ବଲାଙ୍ଗିରରୁ ୪, କଟକରୁ ୬୧, ଦେବଗଡ଼ରୁ ୩, ଢେଙ୍କାନାଳରୁ ୫, ଗଞ୍ଜାମରୁ ୪, ଜଗତସିଂହପୁରରୁ ୨୦, ଯାଜପୁର୨୮, ଝାରସୁଗୁଡ଼ା ୨, କଳାହାଣ୍ଡି ୩, କନ୍ଧମାଳରୁ ୫, କେନ୍ଦ୍ରାପଡ଼ାରୁ୪, କେନ୍ଦୁଝରରୁ୪, କୋରାପୁଟରୁ ୪ଓ ମୟୂରଭଞ୍ଜରୁ ୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ରୁ ୨, ନୂଆପଡ଼ା ୩, ପୁରୀରୁ୧୨, ରାୟଗଡ଼ାରୁ୨, ସମ୍ବଲପୁରରୁ୧୧, ସୁନ୍ଦରଗଡ଼ରୁ ୬ ଓ ଷ୍ଟେଟପୁଲରୁ ୫୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦,୨୫,୮୭୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୨୨,୧୧୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୫୧୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସେହିପରି କରୋନାରେ ପ୍ରାଣ ହରାଇଛନ୍ତି ଆଉ ୫ଜଣ । ଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୧୯୨କୁ ବୃଦ୍ଧି ପାଇଛି। ଏହି ୫ଜଣଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨, ପୁରୀ, ଜଗତସିଂହପୁର ଓ ଭଦ୍ରକରୁ ଜଣେ ଲେଖାଏଁ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+