ସାମାନ୍ୟ ତଳକୁ ଖସିଲା କରୋନା ଗ୍ରାଫ, ଆଜି ଆଉ ୭୯୭ କରୋନା ଆକ୍ରାନ୍ତ ଚିହ୍ନଟ

ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ସାମାନ୍ୟ ହ୍ରାସ ପାଇଛି କରୋନା ସଂକ୍ରମିତଙ୍କ ସଂଖ୍ଯା । ଆଜି ଦୈନିକ ସଂକ୍ରମିତଙ୍କ ସଂଖ୍ଯା ଏକ ହଜାର ତଳକୁ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୯୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୧ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୪୬୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି।

odisha covid cases

ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୩୪ ଜଣ ରହିଛନ୍ତି । ସୁନ୍ଦରଗଡ଼ରୁ ୧୭୬, ଖୋର୍ଦ୍ଧାରୁ ୧୧୩, ସମ୍ବଲପୁରରୁ ୬୬ ଚିହ୍ନଟ ହୋଇଛନ୍ତି । ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୩ ହଜାର ୯୪୨କୁ ବୃଦ୍ଧି ପାଈଛି । ଆକ୍ଟିଭ୍ କେସ୍ ୬,୭୩୨ ରହିଥିବା ବେଳେ ସୁସ୍ଥ ହେଲେଣି ୧୨ ଲକ୍ଷ ୯୮ ହଜାର ୧୬ ଆକ୍ରାନ୍ତ । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ସେହିପରି ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୦ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୮ଜଣ, ବୌଦ୍ଧ ଜିଲ୍ଲାରୁ ୩୮ଜଣ, କଟକ ଜିଲ୍ଲାରୁ ୨୧ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୧୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୩ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦ଜଣ, ନୟାଗଡ଼ ଜିଲ୍ଲାରୁ ୧୭ଜଣ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୬୬ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୭୬ଜଣ, ଷ୍ଟେଟ ପୁଲ୍‌ରୁ ୨୭ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+