For Quick Alerts
Turn On Notification  
For Daily Alerts
Oneindia App Download

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍, ଆଜି ୧୪୬ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍, ଆଜି ରାଜ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ

|

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଆଜି ୨ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗତକାଲି ୨୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।


ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧୪, ବରଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଭଦ୍ରକରୁ ୧, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ପୁରୀରୁ ୨୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

odisha covid cases

ରାଜ୍ୟରେ ମୋଟ୍ ୧୩, ୨୩, ୬୪୬ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ୧୩, ୩୪, ୨୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଏବେ ମଧ୍ୟ ୧୩୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

ଆମକୁ ଫୋଲୋ କରନ୍ତୁ
Instagram Youtube
English summary
odisha covid cases for 1st October
ସର୍ବଶେଷ ସମ୍ବାଦ ପ୍ରାପ୍ତ କରନ୍ତୁ
Enable
x
Notification Settings X
Time Settings
Done
Clear Notification X
Do you want to clear all the notifications from your inbox?
Settings X