ରାଜ୍ୟରେ ଉପରତଳ କରୋନା ଗ୍ରାଫ୍, ଆଜି ୧୪୬ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଉପରତଳ କରୋନା ଗ୍ରାଫ୍, ଆଜି ରାଜ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଉପରତଳ କରୋନା ଗ୍ରାଫ୍ । ଆଜି ୨ ଶହ ତଳେ ରହିଛି ଦୈନିକ କରୋନା ସଂକ୍ରମଣ । ଗତକାଲି ୨୦୩ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୧୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩ ଜଣ ସଂକ୍ରମିତ ରହିଛନ୍ତି । ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୧୪୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।


ଆଜି ଖୋର୍ଦ୍ଧାରୁ ସର୍ବାଧିକ ୨୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱର ଜିଲ୍ଲାରୁ ୧୪, ବରଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୭ଜଣ, ଭଦ୍ରକରୁ ୧, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତିରୁ ୪ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୬ ଜଣ, କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୨୪, କୋରାପୁଟରୁ ୧, ମୟୂରଭଞ୍ଜରୁ ୪ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୬ ଜଣ, ପୁରୀରୁ ୨୨ ଜଣ, ସମ୍ବଲପୁରରୁ ୬ ଜଣ, ସୋନପୁରରୁ ୬, ସୁନ୍ଦରଗଡ଼ରୁ ୧୩ ଜଣ ଓ ଷ୍ଟେଟପୁଲରୁ ୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

odisha covid cases

ରାଜ୍ୟରେ ମୋଟ୍ ୧୩, ୨୩, ୬୪୬ ଜଣ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ୧୩, ୩୪, ୨୩୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଏବେ ମଧ୍ୟ ୧୩୪୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+