ରାଜ୍ୟରେ ୨୦୦ ତଳକୁ ଖସିଲା ଦୈନିକ କରୋନା ସଂକ୍ରମଣ

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ। ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ।

ଭୁବନେଶ୍ବର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ ମଧ୍ୟରେ ଅଛନ୍ତି ୪୦ ଜଣ । ସଂଗ‌ରୋଧ କେନ୍ଦ୍ରରୁ ୧୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୮୩ ଜଣ ।

odisha covid cases

ଦିନକ ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୮ ଜଣ, ଭଦ୍ରକରୁ ୨ ଜଣ, ବଲାଙ୍ଗୀରରୁ ୫ ଜଣ, କଟକରୁ ୧୬ ଜଣ, ଦେବଗଡ଼ରୁ ୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୫ ଜଣ, ଜଗତ୍‌ସିଂହପୁରରୁ ୩ ଜଣ, ଯାଜପୁରରୁ ୪ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, କେନ୍ଦୁଝରରୁ ୮ ଜଣ, ଖୋର୍ଦ୍ଧାରୁ ୩୯ ଜଣ, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୭ ଜଣ, ନବରଙ୍ଗପୁରରୁ ୪ ଜଣ, ନୟାଗଡ଼ରୁ ୯ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୧୦ ଜଣ, ସମ୍ବଲପୁରରୁ ୪ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୪୧ ଜଣ ଓ ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତକୁ ମିଶାଇ ରାଜ୍ୟରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧୩୩୨୨୮୧ରେ ପହଞ୍ଚିଛି । ଏବେ ସୁଦ୍ଧା ସୁସ୍ଥ ହୋଇ ସାରିଲେଣି ୧୩୨୧୫୯୪ ଓ ଏବେ ବି ସକ୍ରିୟ ଅଛନ୍ତି ୧୪୪୮ ଜଣ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+