ଆଜି ରାଜ୍ୟରେ ଚିହ୍ନଟ ହେଲେ ୨୫୨ କୋଭିଡ୍ ପଜିଟିଭ୍

ଆଜି ପୁଣି ଦୁଇ ଶହ ଉପରେ ରହିଛି ରାଜ୍ୟର ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମି

ଭୁବନେଶ୍ୱର: ଆଜି ପୁଣି ଦୁଇ ଶହ ଉପରେ ରହିଛି ରାଜ୍ୟର ଦୈନିକ କରୋନା ସଂକ୍ରମଣ ଗ୍ରାଫ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୮ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୧୦୪ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୪୩ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

odisha covid cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୬ଜଣ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୫୫ଜଣ, କୋରାପୁଟ ଜିଲ୍ଲାରୁ ୨ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୮ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ପୁରୀ ଜିଲ୍ଲାରୁ ୧୩ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୦ଜଣ, ଷ୍ଟେଟ ପୁଲ୍‌ରୁ ୧୩ଜଣ ରହିଛନ୍ତି ।

ଆଗକୁ ଆସୁଛି ଶାରଦୀୟ ଦୁର୍ଗା ପୂଜା। ଭିଡ ବଢିବ । ଏଭଳି ସ୍ଥିତିରେ ପୁଣିଥରେ କରୋନା ସଂକ୍ରମଣ ମାମଲା ବଢ଼ିବା ଚିନ୍ତାର କାରଣ ପାଲଟିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+