ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ

ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ ପଜିଟିଭ୍ ଚିହ୍ନଟ

odisha covid cases: ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି । ଗତକାଲି ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୨୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ରହିଥିବା ବେଳେ ୯୨ ଜଣ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏଥିମଧ୍ୟରେ ୩୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ-କିଶୋର ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

coronavirus,

ଆଜି ରାଜ୍ୟର ୨୫ଟି ଜିଲ୍ଲାରୁ ୨୨୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ସର୍ବାଧିକ ୫୧ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୧ଜଣ, ବରଗଡ଼ ଜିଲ୍ଲାରୁ ୬ଜଣ, ଭଦ୍ରକ ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତିରୁ ୫ ଜଣ, ଜଗତସିଂହପୁର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ଜଣେ, କଳାହାଣ୍ଡି ଜିଲ୍ଲାରୁ ୮ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୫, କେନ୍ଦୁଝରରୁ ୫, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩, ନୟାଗଡ଼ ଜିଲ୍ଲାରୁ ୬ ଜଣ, ନୂଆପଡ଼ାରୁ ୨, ପୁରୀରୁ ୧୨ ଜଣ, ସମ୍ବଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୯ ଜଣ ଓ ଷ୍ଟେଟପୁଲରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଏପର୍ଯ୍ୟନ୍ତ ରାଜ୍ୟରେ ମୋଟ୍ ୧୩,୩୨,୯୫୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇସାରିଛନ୍ତି । ସେହିପରି ୧୪୧୭ ଜଣ ସକ୍ରିୟ ସଂକ୍ରମିତ ରହିଥିବା ବେଳେ ୧୩,୨୨,୨୯୯ ଜଣ ସୁସ୍ଥ ହୋଇସାରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+