ଆଜି ରାଜ୍ୟରେ ପୁଣି ଚିହ୍ନଟ ହେଲେ ୨୧୧ କରୋନା ସଂକ୍ରମିତ

ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ୨ ଶହ ଉପରେ ରହିଛି। ଗତକାଲି ୨୨୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୧୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୮୮ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୨୬ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି।

odisha covid cases

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୨ଜଣ, ବରଗଡ଼ ଜିଲ୍ଲାରୁ ୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୭ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୫ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୯ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୨ଜଣ, ଷ୍ଟେଟ ପୁଲ୍‌ରୁ ୯ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୩୩୧୬୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୨୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୨୨୫୦୪ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୩୫୧୫୯୨୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+