ରାଜ୍ୟରେ ଆଜି ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ଉପରତଳ ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୯୬ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୬୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୫ ଜଣ ସଂକ୍ରମିତ ରହିଛନ୍ତି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୩୯ ରହିଛି । ଗୋଟିଏ ଦିନରେ କରୋନାରୁ ୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

odisha covid cases

ରାଜ୍ୟର ୨୫ ଜିଲ୍ଲା ଓ ଷ୍ଟେଟପୁଲରୁ ସମସ୍ତ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫ ଜିଲ୍ଲାରୁ କୌଣସି କରୋନା ସଂକ୍ରମିତ ଚିହ୍ନଟ ହୋଇ ନାହାନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୨୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ଅନୁଗୁଳରୁ ୧, ବାଲେଶ୍ୱରରୁ ୮, ବରଗଡ଼ରୁ ୨, ଭଦ୍ରକୁ ୧, ବଲାଙ୍ଗୀରରୁ ୧, ବୌଦ୍ଧରୁ ୫, କଟକରୁ ୧୧, ଢ଼େଙ୍କାନାଳରୁ ୨, ଗଜପତିରୁ ୩, ଓ ଯାଜପୁରରୁ ୬ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ସେହିପରି ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କେନ୍ଦ୍ରାପଡ଼ାରୁ ୩, କୋରାପୁଟ ୧, ମୟୂରଭଞ୍ଜରୁ ୫, ନବରଙ୍ଗପୁରରୁ ୨, ନୟାଗଡ଼ରୁ ୧୩, ନୂଆପଡ଼ାରୁ ୩, ପୁରୀରୁ ୧୩, ରାୟଗଡ଼ାରୁ ୪, ସମ୍ବଲପୁରରୁ ୧୯, ସୋନପୁରରୁ ୫, ସୁନ୍ଦରଗଡ଼ରୁ ୨୨ ଓ ଷ୍ଟେଟପୁଲରୁ ୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+