ଆଜି ରାଜ୍ୟରେ ୨ ଶହ ଉପରେ କରୋନା ଦୈନିକ ସଂକ୍ରମଣ

ରାଜ୍ୟରେ ପୁଣି ୨ ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି ।

ଭୁବନେଶ୍ୱର: ରାଜ୍ୟରେ ପୁଣି ୨ ଶହ ଉପରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତକାଲି ରାଜ୍ୟରୁ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ସାରା ରାଜ୍ୟରୁ ଆଉ ୨୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

coronavirus

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୯ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୮୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୨୬ ଜଣ ସଂକ୍ରମିତ ରହିଛନ୍ତି । ଆଜିର ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ସକ୍ରିୟ କରୋନା ମାମଲା ୧୪୨୭ରହିଛି । ଗୋଟିଏ ଦିନରେ କରୋନାରୁ ୨୦୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ବାଲେଶ୍ୱର ଜିଲ୍ଲାରୁ ୧୪ଜଣ, ବରଗଡ଼ ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୨୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୦ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୧୧ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୫ଜଣ, ଷ୍ଟେଟ ପୁଲ୍‌ରୁ ୬ଜଣ ରହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+