ରାଜ୍ୟରେ ନୂଆ ୪୦୭ କରୋନା ଆକ୍ରାନ୍ତ ଚିହ୍ନଟ, ୬ ମୃତ

ରାଜ୍ୟରେ ୨୪ ଘଣ୍ଟାରେ ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୭୪ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୩୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୬୯ ସ୍ଥାନୀୟ ସଂକ୍ରମିତ ଅଛନ୍ତି ।

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୪୦୭ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଶୁନରୁ ୧୮ ବର୍ଷ ବୟସ ବର୍ଗରେ ୭୪ଜଣ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୨୩୮ ଜଣ ସଂଗରୋଧରୁ ଚିହ୍ନଟ ହୋଇଥିବା ବେଳେ ୧୬୯ ସ୍ଥାନୀୟ ସଂକ୍ରମିତ ଅଛନ୍ତି । ଖୋର୍ଦ୍ଧାରୁ ସର୍ବାଧିକ ୧୬୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

odisha corona

ସେହିପରି ଅନୁଗୋଳ ଜିଲ୍ଲାରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୧୬, ବରଗଡ଼ରୁ ଜଣେ , ଭଦ୍ରକରୁ ୨, କଟକରୁ ୬୩, ଦେବଗଡ଼ରୁ ୨, ଜଗତସିଂହପୁରରୁ ୧୮, ଯାଜପୁରରୁ ୧୭, କଳାହାଣ୍ଡି ୩, କେନ୍ଦ୍ରାପଡ଼ାରୁ ୧୦, କୋରାପୁଟରୁ ୩, ମାଲକାନଗିରିରୁ ଜଣେ, ମୟୂରଭଞ୍ଜରୁ ୨୬, ନୟାଗଡ଼ରୁ ୫, ପୁରୀରୁ ୧୯, ସମ୍ବଲପୁରର ୧୧, ସୁନ୍ଦରଗଡ଼ରୁ ୨ ଓ ଷ୍ଟେଟ୍ ପୁଲ୍‌ରୁ ୩୯ ଜଣ ଅଛନ୍ତି।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୮ ହଜାର ୩୬୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୧୫ ହଜାର ୧୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ୭୮ରହିଛି ।

ସେହିଭଳି କରୋନାରେ ପ୍ରାଣ ହରାଇଥିବା ଆଉ ୬ଜଣଙ୍କ ସଂପର୍କରେ ସରକାର ସୂଚନା ଦେଇଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮,୨୨୦କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ୫ ଜଣ ଆକ୍ରାନ୍ତ ଆଖି ବୁଜିଥିବା ବେଳେ କଟକରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+