ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୫୮୨ କୋଭିଡ୍ ପଜିଟିଭ୍

ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି ।

ଭୁବନେଶ୍ୱର: ଗତକାଲି ରାଜ୍ୟରେ ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୮୩ ଆକ୍ରାନ୍ତ ଅଛନ୍ତି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୩୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ଅଛନ୍ତି ୨୪୫ ଜଣ ।

coronavirus

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୮୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ବାଲେଶ୍ୱରରୁ ୧୯ ଜଣ, ବରଗଡ଼ରୁ ୨ଜଣ, ଭଦ୍ରକରୁ ୩ ଜଣ, ବଲାଙ୍ଗିର ୩ ଜଣ, କଟକରୁ ୪୬ ଜଣ, ଦେବଗଡ଼ରୁ ୨ଜଣ, ଢ଼େଙ୍କାନାଳରୁ ୪ ଜଣ, ଗଜପତି ୫, ଗଞ୍ଜାମରୁ ୪ ଜଣ, ଜଗତସିଂହପୁରରୁ ୨୪ ଜଣ, ଯାଜପୁରରୁ ୨୪ଜଣ, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୧ ଜଣ , କନ୍ଧମାଳରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୨୮୨ ଜଣ, କୋରାପୁଟରୁ ୧ଜଣ, ମୟୁରଭଞ୍ଜରୁ ୨୨ଜଣ, ନବରଙ୍ଗପୁରର ୧ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୨୧ ଜଣ, ସମ୍ବଲପୁରରୁ ୨୧ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୭ ଜଣ ଓ ଷ୍ଟେଟପୁଲରୁ ୬୬ ଜଣ ଚିହ୍ନଟ ହୋଇଛନ୍ତି ।

ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୯୯୪କୁ ବୃଦ୍ଧି ପାଇଛି । ଅନ୍ୟପଟେ ରାଜ୍ୟରେ ଆଉ ୭ ଜଣ କରୋନାରେ ଜୀବନ ହାରିଛନ୍ତି । କଟକ, ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ଓ ଢେଙ୍କାନାଳ, ଜଗତସିଂହପୁର, ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+