ଆହୁରି ୨ ମାସ ପର୍ଯ୍ୟନ୍ତ ବଢ଼ିବ କରୋନା ସଂକ୍ରମଣ: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ
ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।
ଭୁବନେଶ୍ୱର: ହୁ ହୁ ହୋଇ ବଢିବାରେ ଲାଗିଛି ରାଜ୍ୟରେ ଦୈନିକ ସଂକ୍ରମଣ । ଆଜି ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବବା ବେଳେ ଆସନ୍ତା ୨ମାସ କରୋନା ସଂକ୍ରମଣ ବଢ଼ିକି ରହିବ ବୋଲି କହିଛନ୍ତି ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର।

ଆସନ୍ତା ୨ ମାସ କରୋନା ସଂକ୍ରମଣ ବଢ଼ିକି ରହିବ । ଅନ୍ୟ ଦେଶରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମନ୍ୟ ଲକ୍ଷଣ ଅଛି । ପ୍ରାୟ ୮ଟି ଜିଲ୍ଲାରେ ଟିପିଆର ଅଧିକ ଅଛି, ତେଣୁ ୮ଜିଲ୍ଲା ବର୍ତ୍ତମାନ ରେଡ ଜୋନରେ ରହିଛି । କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେସନ ଓ ଆଇସିୟୁ ଆବଶ୍ୟକତା କମ୍ ରହୁଛି । ଗତକାଲି ମୁଖ୍ୟମନ୍ତ୍ରୀ ସମୀକ୍ଷା କରି ସମସ୍ତ ଜିଲ୍ଲାପାଳଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ରୋଗୀ ସଂଖ୍ୟା ଦେଖି ବେଡ୍ ସଂଖ୍ୟା ବୃଦ୍ଧି କରାଯିବ ବୋଲି କହିଛନ୍ତି ଡାକ୍ତର ନିରଞ୍ଜନ ମିଶ୍ର ।
ସୂଚନାଥାଉ କି, ଗତ 24 ଘଣ୍ଟାରେ ରାଜ୍ୟରେ ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନ୍ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯୨ ଚିହ୍ନଟ ହୋଇଛନ୍ତି। ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭କୁ ବୃଦ୍ଧି ପାଇଛି।












Click it and Unblock the Notifications