ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ

ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଅବପାତ। ସୁଦୃଶ ଲଘୁଚାପ ଅବପାତରେ ପରିଣତ ହେଲା। ଘନୀଭୂତ ହୋଇ କାଲି ଗଭୀର ଅବପାତର ରୂପ ନେବ । ୨୭ ତାରିଖ ସକାଳେ ବାତ୍ୟାର ରୂପ ନେବ ।

odisha cyclone abapata formed

୨୬ ତାରିଖ ସୁଦ୍ଧା ଅବପାତଟି କ୍ରମଶଃ ଗଭୀର ଅବପାତରେ ପରିଣତ ହୋଇ ୨୭ ତାରିଖ ସକାଳେ ବାତ୍ୟାର ରୂପ ନେଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି ସୂଚନା ଦେଇଛନ୍ତି । ତେବେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ଏବଂ ଓଡ଼ିଶା ଉପରେ ଏହାର ପ୍ରଭାବ କ'ଣ ରହିବ ତାହା ଜଣାପଡି ନାହିଁ । ଲଘୁଚାପଟି ଅବପାତରେ ପରିଣତ ହେବା ପରେ ହିଁ ବାତ୍ୟାର ସ୍ଥିତି ଓ ପ୍ରଭାବ ସ୍ପଷ୍ଟ ହେବ। ମାତ୍ର ଓଡ଼ିଶା ଅପେକ୍ଷା ଆନ୍ଧ୍ରପ୍ରଦେଶ ଉପରେ ବାତ୍ୟାର ପ୍ରଭାବ ଅଧିକ ପଡ଼ିପାରେ । ଏହା ପ୍ରଭାବରେ ୨୭ ତାରିଖରୁ ଓଡ଼ିଶାରେ ବର୍ଷାର ପରିମାଣ ବଢିବ। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା ଅଧିକ ରହିବ । ୨୭ରୁ ୨୯ ତାରିଖ ୩ଦିନ ଯାଏ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ୩୦ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ ବୋଲି ଡ. ମହାନ୍ତି ସୂଚନା ଦେଇଛନ୍ତି ।

ଅନ୍ୟପକ୍ଷରେ ଲଘୁଚାପ, ଅବପାତ ଓ ବାତ୍ୟା ଯୋଗୁ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ମଧ୍ୟକୁ ପ୍ରବେଶ ଉପରେ ବାରଣ କରାଯାଇଛି । ୨୬ ତାରିଖରୁ ପବନ ଆରମ୍ଭ ହେବା ସହ ଓଡ଼ିଶା ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ୩୫-୪୫ କି.ମି.ରୁ ୫୫ କି.ମି. ବେଗରେ ପବନ ବହିବ। ସେହିପରି ୨୭ ତାରିଖରେ ୪୫-୫୫ କି.ମି.ରୁ ୬୫ କି.ମି. ଏବଂ ୨୮ ଓ ୨୯ ତାରିଖରେ ୫୦-୬୦ କି.ମିରୁ ୭୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ରହିଛି । ୨୬ ତାରିଖ ପର୍ଯ୍ୟନ୍ତ ସମୁଦ୍ର ସ୍ଥିତି ମଧ୍ୟମ ଧରଣର ଅଶାନ୍ତ ରହିବ । ୨୭ ତାରିଖରେ ଏହା ଅଶାନ୍ତରୁ ଅତି ଅଶାନ୍ତ ଏବଂ ୨୮ରୁ ୨୯ ପର୍ଯ୍ୟନ୍ତ ଅତ୍ୟନ୍ତ ଅଶାନ୍ତରୁ ଉଚ୍ଚ ହେବାର ସମ୍ଭାବନା ରହିଛି ।

ଶନିବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାରେ ପ୍ରବଳ ବର୍ଷା ନେଇ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି । ରବିବାର ଏହିସବୁ ଜିଲା ସମେତ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ ବୌଦ୍ଧ ଜିଲା ପାଇଁ ୟେଲୋ ଓ୍ବାର୍ନିଂ ଦିଆଯାଇଛି। ତେବେ ସୋମବାର ୨୭ତାରିଖରେ ରାଜ୍ୟର ସମସ୍ତ ଜିଲାକୁ ୟୋଲେ ୱାର୍ନିଂ ଏବଂ ଗଞ୍ଜାମ, ଗଜପତି ଓ ରାୟଗଡ଼ା ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ଜାରି ହୋଇଛି । ଏହି ସମୟରେ ବିଜୁଳି ଘଡଘଡି ସହିତ ଝଡ ପବନ ବହିବାର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+