କଣ ରହିବ ବାତ୍ୟାର ଗତିପଥ ? କେବେ କରିବ ଲ୍ୟାଣ୍ଡଫଲ ? ସୂଚନା ଦେଲା ପାଣିପାଗ ବିଭାଗ
ନୂଆଦିଲ୍ଲୀ: ସାମ୍ଭାବ୍ୟ ବାତ୍ୟା ନେଇ ପ୍ରେସମିଟ କରିଛନ୍ତି ଭାରତୀୟ ପାଣିପାଗ ବିଭାଗ ଡିଜି । ସେ କହିଛନ୍ତି, ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତାକାଲି ଅବପାତର ରୂପ ନେବ । ୧୦ରେ ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହୋଇପାରେ । ପରେ ଭୀଷଣ ସାମୁଦ୍ରିକ ଝଡର ରୂପ ନେଇପାରେ ।
ତେବେ ଆଇଏମଡି ଡିଜିଙ୍କ ସୂଚନା ଅନୁସାରେ, ୧୨ ତାରିଖ ପରେ ବାତ୍ୟା ଉପକୂଳ ଛୁଇଁପାରେ । ପୂର୍ବାନୁମାନ ଅନୁସାରେ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । କାଲି ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।

ସେ କହିଛନ୍ତି ଯେ, ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହୋଇପାରେ । ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବାର ସମ୍ଭାବନା ରହିଛି। ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ଗତିପଥ ବଦଳାଇ ପାରେ। ବାତ୍ୟାର ଗତିପଥ ବଦଳି ବାଂଲାଦେଶ, ମିଆଁମାର ମୁହାଁ ହେବାର ସମ୍ଭାବନା ରହିଛି ବୋଲି IMD ଡିଜି ସୂଚନା ଦେଇଛନ୍ତି ।
ସାମ୍ଭାବ୍ୟ ବାତ୍ୟାକବୁ ଦୃଷ୍ଟିରେ ରଖି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନଯିବାକୁ ବାରଣ କରାଯାଇଛି । ଯେଉଁମାନେ ଅଛନ୍ତି ସେମାନଙ୍କୁ ଶୀଘ୍ର ଫେରିଆସିବାକୁ କୁହାଯାଇଛି । ୧୨ ତାରିଖ ଯାଏଁ ସମୁଦ୍ର ମଧ୍ୟକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ କୁହାଯାଇଛି । ସେହିପରି ଆଣ୍ଡାମାନ ନିକୋବର ଟୁରିଷ୍ଟ ଅଞ୍ଚଳ ହୋଇଥିବାରୁ ପର୍ଯ୍ୟଟକଙ୍କୁ ମଧ୍ୟ ବାରଣ କରାଯାଇଛି ।
ଅନ୍ୟପଟେ ସମ୍ଭାବ୍ୟ ବାତ୍ୟା ନେଇ ବର୍ତ୍ତମାନ ସ୍ଥିତିରେ ଓଡ଼ିଶା ପାଇଁ କିଛି ୱାର୍ଣ୍ଣିଂ ନାହିଁ ବୋଲି ପ୍ରେସମିଟରେ ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ଓଡ଼ିଶା ସହ ଅନ୍ୟ ଉପକୂଳ ରାଜ୍ୟ ପାଇଁ କିଛି ୱାର୍ଣ୍ଣିଂ ନାହିଁ । ବର୍ଷା ଓ ପବନ ନେଇ ମଧ୍ୟ କିଛି ୱାର୍ଣ୍ଣିଂ ନାହିଁ। ଓଡ଼ିଶା, ତାମିଲନାଡୁ, ଆନ୍ଧ୍ରପ୍ରଦେଶ ପାଇଁ କିଛି ୱାର୍ଣ୍ଣିଂ ନା ହିଁ। ତେବେ ଏହା ପଶ୍ଚିମବଙ୍ଗ ଉପକୂଳର କେତେ ନିକଟ ହେଉଛି, ତାହା ଉପରେ ନଜର ରଖା ଯାଇଛି ।












Click it and Unblock the Notifications