ବାତ୍ୟା ପ୍ରଭାବରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା: ୮ ଜିଲ୍ଲାକୁ ରେଡ୍ ଓ୍ୱାର୍ଣ୍ଣିଂ
ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଛି ।
ଭୁବନେଶ୍ୱର: ବାତ୍ୟା ୟଶ ପ୍ରଭାବରେ ଆସନ୍ତାକାଲି ସକାଳଠୁ ବର୍ଷା ଆରମ୍ଭ ହୋଇଯିବ । ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ୨୬ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅଧିକାଂଶ ସ୍ଥାନ ଓ ଦକ୍ଷିଣ ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

ଏନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର ଜିଲ୍ଲାକୁ ରେର୍ଡ ଆଲର୍ଟ ଜାରି କରାଯାଇଛି । ସେହିପରି ୨୭ ତାରିଖ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନ, ଉତ୍ତର ଓଡ଼ିଶାର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କିଛି ସ୍ଥାନ ଏବଂ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ସମ୍ଭାବନା ରହିଛି । ଏନେଇ ସୁନ୍ଦରଗଡ଼, ଦେବଗଡ଼ ଏବଂ କେନ୍ଦୁଝର ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି ।












Click it and Unblock the Notifications