Live

Cyclone Alert in Odisha: ୭ ତାରିଖରେ ଅବପାତ, ୮ ରେ ବାତ୍ୟା !

ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ପରିଣତ ହେବା ସମ୍ଭାବନା ଥିବା ଟ୍ବିଟ କରି ସୂଚନା ଦେଇଛି ଆଞ୍ଚଳିକ ପା

ଭୁବନେଶ୍ୱର: ବାତ୍ୟା ହେବା ନେଇ ସ୍ପଷ୍ଟ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଦକ୍ଷିଣ-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ୭ ତାରିଖରେ ଅବପାତ ଏବଂ ୮ ତାରିଖ ସନ୍ଧ୍ୟା ସୁଦ୍ଧା ବାତ୍ୟା ପରିଣତ ହେବା ସମ୍ଭାବନା ଥିବା ଟ୍ବିଟ କରି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

Cyclone in Odisha

କହି ରଖୁ କି, ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ଆଜି ସକାଳେ ଲଘୁଚାପର ରୂପ ନେଇଛି । ଏହାଉତ୍ତର-ପଶ୍ଚିମ ଦିଗରେ ଗତି କରୁଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ସକାଳେ ଦେଇଥିଲା । ତେବେ ଏହା କେତେ ଘନୀଭୂତ ହେବ, କେଉଁ ଦିଗରେ ଗତି କରିବ ଓ କେଉଁଠାରେ ସ୍ଥଳଭାଗ ଛୁଇଁବ ତାହା ଆଉ କିଛି ସମୟ ପରେ ସ୍ପଷ୍ଟ ହୋଇଯାଇ ପାରେ ।

Cyclone in Odisha

ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ନୟାଗଡ଼, ଗଂଜାମ, ଅନୁଗୁଳ, ଭଦ୍ରକ, ବାଲେଶ୍ବର ଜିଲ୍ଲାରେ ଜାରି ରହିଛି ବର୍ଷା । ଏହାର ପ୍ରଭାବରେ ୪୦ରୁ ୫୦ କିଲୋମିଟର ବେଗରେ ବହୁଛି ପବନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+