ରାଜ୍ୟରେ ଚାରି ମାସ ପରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଶହେ ତଳକୁ ଖସିଲା
ଭୁବନେଶ୍ବର: ଦୀର୍ଘ ଚାରି ମାସ ବ୍ଯବଧାନ ପରେ ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ଶହେ ତଳକୁ ଖସିଛି। ସୂଚନା ଓ ଲୋକସମ୍ପର୍କ ବିଭାଗର ଟୁଇଟ ଅନୁସାରେ ଆଜି ରାଜ୍ୟରେ 83 ଜଣ ନୂତନ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେଥି ମଧ୍ୟରୁ 22 ଜଣ ଆକ୍ରାନ୍ତ 18 ବର୍ଷରୁ କମ ଆୟୁ ବର୍ଗର ବୋଲି ସୂଚିତ କରାଯାଇଛି।

ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତ ତଥ୍ୟ ପ୍ରଦାନ କରାଯାଇଛି। ସୂଚନାଯୋଗ୍ୟ, ଗତକାଲି ୧୦୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ବରଗଡ଼ ଜିଲ୍ଲାରୁ ୧ ଜଣ, ଭଦ୍ରକ ଜିଲ୍ଲାରୁ ୧ଜଣ, ବଲାଙ୍ଗୀରରୁ ୪ ଜଣ, କଟକରୁ ୫ ଜଣ, ଗଜପତିରୁ ୮ ଜଣ, ଗଞ୍ଜାମରୁ ୨ ଜଣ, ଯାଜପୁରରୁ ୧ ଜଣ, କଳାହାଣ୍ଡି ଜିଲ୍ଲାରୁ ୧ ଜଣ, କନ୍ଧମାଳ ଜିଲ୍ଲାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୪ ଜଣ, ଖୋର୍ଦ୍ଧାରୁ ୫ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୬ ଜଣ, ନୟାଗଡ଼ରୁ ୧ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ସୋନପୁର ଜିଲ୍ଲାରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୬, ୫୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୬, ୪୦୨ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୯୭୭ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି। ଗତ ତିନି ଚାରି ସପ୍ତାହ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ପ୍ରାୟ ସ୍ଥିର ରହିଛି ।












Click it and Unblock the Notifications