ବାଜିଲା ଉପନିର୍ବାଚନ ବିଗୁଲ: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ

ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି। ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ। ଏନେଇ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି।

ଭୁବନେଶ୍ୱର: ଧାମନଗର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ହେବ । ଏନେଇ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ । ଅକ୍ଟୋବର ୭ରେ ପ୍ରକାଶ ପାଇବ ବିଧିବଦ୍ଧ ବିଜ୍ଞପ୍ତି ।

Dhamnagar By Election

ନିର୍ବାଚନ କମିଶନଙ୍କ ଘୋଷଣା ଅନୁଯାୟୀ, ଏହି ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲର ଶେଷ ତାରିଖ ଅକ୍ଟୋବର ୧୪ ରହିଛି। ଅକ୍ଟୋବର ୧୫ରେ ପ୍ରାର୍ଥିପତ୍ର ଯାଞ୍ଚ କରାଯିବ। ଅକ୍ଟୋବର ୧୭ ହେଉଛି ନାମାଙ୍କନ ପ୍ରତ୍ୟାହାର କରିବାର ଶେଷ ତାରିଖ। ନଭେମ୍ବର ୩ରେ ଭୋଟ୍ ଗ୍ରହଣ ହେବ। ୬ ତାରିଖରେ ଭୋଟ୍ ଗଣତି ହୋଇ ଫଳ ପ୍ରକାଶ ପାଇବ।

ସୂଚନାଯୋଗ୍ୟ ଗତ ସେପ୍ଟେମ୍ବର ୧୯ ତାରିଖରେ ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ଦେହାନ୍ତ ହୋଇଥିଲା । ଏହାପରେ ଉପନିର୍ବାଚନ ନେଇ କଳ୍ପନାଜଳ୍ପନା ଚାଲିଥିଲା । ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀଙ୍କର ପରଲୋକ ପରଠୁ ଏହି ଆସନଟି ଖାଲି ପଡ଼ିଛି ।

Dhamnagar By Election

ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ଧରି କିଡ୍‌ନୀ ରୋଗରେ ପୀଡ଼ିତ ଥିଲେ। ତାଙ୍କର ନିୟମିତ ଡାଇଲିସିସ୍ ଚାଲିଥିଲା। ତେବେ ପରେ ଫୁସ୍‌ଫୁସ୍‌ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ମାସେ ଧରି ସେଠାରେ ତାଙ୍କର ଚିକିତ୍ସା ଚାଲିଥିବା ବେଳେ ଗତ ସେପ୍ଟେମ୍ବର ୧୯ ତାରିଖରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା।

ଧାମନଗର ଉପନିର୍ବାଚନ ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ଏବେ କେଉଁ ଦଳ କାହାକୁ ପ୍ରାର୍ଥୀ କରିବ, ସେ ନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+