ଓଳାଶୁଣି ଛକ ସ୍ଥିତ ବ୍ରିଜର ହେବ ସମ୍ପ୍ରସାରଣ
ପାରାଦୀପ- ଚଣ୍ଡିଖୋଲ ଜାତୀୟ ରାଜପଥ ନଂ ୫-ଏକୁ ସଂଯୋଗ କରୁଥିବା ଓଳାଶୁଣି ଛକ ସ୍ଥିତ ବ୍ରିଜର ସମ୍ପ୍ରସାରଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଚିଠି ପ୍ରଦାନ କରିବା ସହ ଆଲୋଚନା କରିଛନ୍ତି କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ
ଭୁବନେଶ୍ବର: ପାରାଦୀପ- ଚଣ୍ଡିଖୋଲ ଜାତୀୟ ରାଜପଥ ନଂ ୫-ଏକୁ ସଂଯୋଗ କରୁଥିବା ଓଳାଶୁଣି ଛକ ସ୍ଥିତ ବ୍ରିଜର ସମ୍ପ୍ରସାରଣ କରିବା ପାଇଁ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟି ଚିଠି ପ୍ରଦାନ କରିବା ସହ ଆଲୋଚନା କରିଛନ୍ତି କେନ୍ଦ୍ର ଉଚ୍ଚ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହି ଅବସରରେ ମାହାଙ୍ଗାର ବରିଷ୍ଠ ବିଜେପି ନେତା ଶାରଦା ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ ।

ରାଜ୍ୟ ବିଜେପି କାର୍ଯ୍ୟକାରିଣୀ ସଦସ୍ୟ ତଥା ମାହାଙ୍ଗା ବିଧାୟକ ପ୍ରାର୍ଥୀ ଶାରଦା ପ୍ରସାଦ ପ୍ରଧାନଙ୍କ ଅଭିଯୋଗ ପତ୍ର ଆଧାରରେ ପାରାଦୀପ- ଚଣ୍ଡିଖୋଲ ଜାତୀୟ ରାଜପଥ ନଂ ୫ ଏ କୁ ସଂଯୋଗ କରୁଥିବା ଓଳାଶୁଣି ଛକ ସ୍ଥିତ ବ୍ରିଜର ସମ୍ପ୍ରସାରଣ ସମ୍ପର୍କରେ ଲେଖିଥିବା ଚିଠିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ପ୍ରଦାନ କରିଛନ୍ତି । ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଓଳାଶୁଣି ଛକରେ ଗୋବରୀ ନାଳ ଉପରେ ଥିବା ଏହି ସଂକୀର୍ଣ୍ଣ ବ୍ରିଜ ଯୋଗୁଁ ଜଳ ନିଷ୍କାସନର ସମସ୍ୟା ଉପୁଜୁଛି । ଏହା ଦ୍ୱାରା କଟକ ଜିଲ୍ଲାର ସାଲେପୁର ଓ ମାହାଙ୍ଗା ନିର୍ବାଚନ ମଣ୍ଡଳୀର ୩୦ଟି ଗ୍ରାମ ପଞ୍ଚାୟତରେ ବସବାସ କରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ୱ ଲୋକମାନେ ପ୍ରଭାବିତ ହେଉଛନ୍ତି । ଜନବସତି ଅଞ୍ଚଳ ଓ ଚାଷ ଜମି ବିଶେଷ ଭାବେ ପ୍ରଭାବିତ ହେଉଛି । ପ୍ରତି ବର୍ଷ ଏହି ଅଞ୍ଚଳର ଲୋକମାନେ ବନ୍ୟା ଭଳି ପରିସ୍ଥିତି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ 'ପୂର୍ବୋଦୟ' ଯୋଜନାରେ ୬ ଲେନ୍ ବିଶିଷ୍ଟ ଚଣ୍ଡିଖୋଲ-ପାରାଦୀପ ଜାତୀୟ ରାଜପଥ ୮ ଲେନରେ ପରିଣତ ହେବାକୁ ଯାଉଛି ଏବଂ ଏହି ସଡ଼କ ପଥର ସମ୍ପ୍ରସାରଣ ହେବା ଦ୍ୱାରା ଯାତାୟତ ସୁଗମ ହେବା ସହ ଅର୍ଥନୈତିକ କରିଡରକୁ ମଧ୍ୟ ଗତି ଦେବ। ଉକ୍ତ ବ୍ରିଜର ସମ୍ପ୍ରସାରଣ ନେଇ ଅନୁଧ୍ୟାନ କରିବା ସହ ଉପଯୁକ୍ତ ପଦକ୍ଷେପ ନେବା ପାଇଁ ମନ୍ତ୍ରୀ ନୀତିନ ଗଡ଼କରୀ ପ୍ରତିଶ୍ରୁତି ଦେଇଛନ୍ତି ।












Click it and Unblock the Notifications