ନୀତି ଆୟୋଗ ବୈଠକରେ ସାମିଲ ହେଲା ନାହିଁ ଓଡ଼ିଶା

ନୂଆଦିଲ୍ଲୀ:ଆଜି ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିସା ନୀତି ଆୟୋଗ ବୈଠକରେ ଓଡ଼ିଶା ନାହିଁ । ଏହି ବୈଠକରେ ଯୋଗ ଦେଲେ ନାହିଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ନିୟମ ଅନୁସାରେ କେବଳ ପ୍ରତ୍ୟେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେବାର କାର୍ଯ୍ୟକ୍ରମ ଥିଲା ।

ଆଜି ନୂଆଦିଲ୍ଲୀରେ ଆୟୋଜିତ ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେଇ ନାହାଁନ୍ତି । କୌଣସି କାରଣ ପାଇଁ ମୁଖ୍ୟମନ୍ତ୍ରୀ ଏହି ବୈଠକରେ ଯୋଗ ଦେଇ ନାହାଁନ୍ତି ଯାହାର କାରଣ ସ୍ପଷ୍ଟ ହୋଇ ନାହିଁ । ରାଜ୍ୟ ସରକାରଙ୍କ ପକ୍ଷରୁ ମଧ୍ୟ ବର୍ତ୍ତମାନ ପର୍ଯ୍ୟନ୍ତ ଏନେଇ କୌଣସି ସୂଚନା ଦିଆଯାଇ ନାହିଁ ।

naveen patnaik

ସେପଟେ ଏହି ବୈଠକରେ ବିରୋଧି ଦଳର ମୁଖ୍ୟମନ୍ତ୍ରୀ ମାନେ ଯୋଗ ଦେଇ ନାହାଁନ୍ତି । ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସୁଥିବା ଏହି ବୈଠକରେ ଯୋଗ ଦେବେ ନାହିଁ ଦିଲ୍ଲୀ ସିଏମ ଅରବିନ୍ଦ କେଜ୍ରିୱାଲ, ପଞ୍ଜାବର ସିଏମ ଭଗୱନ୍ତ ମାନ, ପଶ୍ଚିମବଙ୍ଗର ସିଏମ ମମତା ବାନାର୍ଜୀ, ବିହାର ସିଏମ ନୀତୀଶ କୁମାର, ତେଲେଙ୍ଗାନା ସିଏମ କେ ଚନ୍ଦ୍ରଶେଖର ରାଓ ଏବଂ ତାମିଲନାଡୁର ସିଏମ ଏମ.କେ ଷ୍ଟାଲିନ ।

ସୂଚନାଥାଉ ଯେ, ଏହି ବୈଠକରେ ୮ଟି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି । ଏମଏସଏମଇ, ପୁଞ୍ଜି ନିବେଶ, ମହିଳା ସଶକ୍ତିକରଣ, ସ୍ୱାସ୍ଥ୍ୟ, ସାମାଜିକ ସୁରକ୍ଷା ପ୍ରସଙ୍ଗ ଉପରେ ଆଲୋଚନା ହୋଇଥିବା ନେଇ ସୂଚନା ରହିଛି । ଏହି ବୈଠକରେ ଗୃହମନ୍ତ୍ରୀ ଅମିକ ଶାହଙ୍କ ବ୍ୟତୀତ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ର ମନ୍ତ୍ରୀ ମାନେ ଉପସ୍ଥିତ ଅଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+