ଶେଷରେ ହଟିଲା ଡ୍ରାଇଭର ଆନ୍ଦୋଳନ
ଶେଷରେ ହଟିଲା ଡ୍ରାଇଭର ଆନ୍ଦୋଳନ । ଆନ୍ଦୋଳନ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର ନେଇ ସୂଚନା ଦେଇଛନ୍ତି ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲି ।

ଭୁବନେଶ୍ୱର: ଶେଷରେ ହଟିଲା ଡ୍ରାଇଭର ଆନ୍ଦୋଳନ । ତିନିଧରି ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହାର କଲା ଡ୍ରାଇଭର ମହାସଂଘ । ଓଡିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ପ୍ରତ୍ୟାହାର ନେଇ ସୂଚନା ଦେଇଛନ୍ତି ମହାସଂଘ ସଭାପତି ପ୍ରଶାନ୍ତ ମେନ୍ଦୁଲି । ୩ ମାସ ପାଇଁ ଆନ୍ଦୋଳନ ସ୍ଥଗିତ ରହିବା ନେଇ ସୂଚନା ଦେଇଛନ୍ତି ସଭାପତି ।
ତେବେ ସମସ୍ତ ଓଡିଶାବାସୀଙ୍କୁ କ୍ଷମା ମାଗିଛନ୍ତି ଓଡିଶା ଡ୍ରାଇଭର ମହାସଂଘ ସଭାପତି । ସହଯୋଗ କରିଥିବାରୁ ସେ ରାଜ୍ୟବାସୀଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଛନ୍ତି । ସରକାର ଏବଂ ମୁଖ୍ୟ ଶାସନ ସଚିବଙ୍କ ଅପିଲକୁ ସମ୍ମାନ ଜଣାଇ ଧାରଣାରୁ ଓହରିଥିବା ସେ କହିଛନ୍ତି ।
ଆଜି ଡ୍ରାଇଭରମାନଙ୍କୁ ଆନ୍ଦୋଳନରୁ ଓହରି ଯିବାକୁ ନିବେଦନ କରିଥିଲେ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା । ଗତକାଲି ଆଲୋଚନା ପରେ ବି ପୁଣି ଥରେ ଆନ୍ଦୋଳନ କରୁଥିବାରୁ ନିବେଦନ କରିଥିଲେ । ଯେଉଁମାନେ ଆନ୍ଦୋଳନରେ ଅଛନ୍ତି ପ୍ରତ୍ୟାହାର କରିବାକୁ କହିଥିଲେ ମୁଖ୍ୟ ଶାସନ ସଚିବ ।
ସୂଚନାଯୋଗ୍ୟ, ଗତକାଲି ଡ୍ରାଇଭର ଏକତା ମହାସଂଘର କର୍ମକର୍ତ୍ତାମାନଙ୍କର ମୁଖ୍ୟ ଶାସନ ସଚିବଙ୍କ ସହ ଏକ ବୈଠକ ହୋଇଥିଲା। ଏଥିରେ ବିଧାୟକ ପ୍ରଣବ ପ୍ରକାଶ ଦାସ ବି ଉପସ୍ଥିତ ଥିଲେ। ଆସନ୍ତା ୩ ମାସ ମଧ୍ୟରେ ଡ୍ରାଇଭର ଏକତା ମହାସଂଘର ଦାବି ଗୁଡିକୁ ସମାଧାନ କରାଯିବ ବୋଲି ମୁଖ୍ୟ ଶାସନ ସଚିବଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା । ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟାଳୟରୁ ଏନେଇ ଡ୍ରାଇଭର ଏକତା ମହାସଂଘର ଆବାହକଙ୍କୁ ଚିଠି ଲେଖି ସୂଚନା ଦିଆ ଯାଇଥିଲା।
ତେବେ ୧୦ ଦଫା ଦାବି ନେଇ ରାଜ୍ୟ ଡ୍ରାଇଭର ମହାସଂଘ ପକ୍ଷରୁ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଡାକରା ଆଜି ତୃତୀୟ ଦିନରେ ପହଞ୍ଚି ଥିଲା । ବ୍ଲକ୍, ପଞ୍ଚାୟତଠାରୁ ଆରମ୍ଭ କରି ରାଜରାସ୍ତା ଯାଏ, ସବୁଠି ଡ୍ରାଇଭରମାନେ ଏକାଠି ହୋଇ ପ୍ରତିବାଦ ଚଳାଇଥିଲେ ।












Click it and Unblock the Notifications