ପଞ୍ଚାୟତ ନିର୍ବାଚନ: ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ଆଜି ଆଉ ପାଦେ ଆଗକୁ ବଢିଛନ୍ତି ସରକାର। ଭୋଟର ତାଲିକା ପ୍ରସ୍ତୁତ ପାଇଁ ପଞ୍ଚାୟତ ନିର୍ବାଚନ ପାଇଁ ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଡିସେମ୍ବର ୧୪ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ ଆଦିତ୍ୟ ପ୍ରସାଦ ପାଢ଼ୀ।

ୱାର୍ଡ ୱାଇଜ ଭୋଟର ତାଲିକା ପ୍ରସ୍ତୁତ କରିବା ପାଇଁ ଘୋଷଣା କରିଛନ୍ତି ତାରିଖ ।୨୦୨୧ ନଭେମ୍ବର ୧ ତାରିଖ ସୁଦ୍ଧା ଯେଉଁମାନଙ୍କର ବୟସ ୧୮ ବର୍ଷ ହୋଇଥିବ, ସେମାନେ ଯୋଗ୍ୟ ଭୋଟର ଭାବେ ଆବେଦନ କରି ପାରିବେ। ବାଲେଶ୍ଵର ଜିଲ୍ଲା ବ୍ୟତୀତ ଅନ୍ୟ ୨୯ଟି ଜିଲ୍ଲାରେ ଭୋଟର ତାଲିକା ସଂଶୋଧନ କରାଯିବ ବୋଲି ରାଜ୍ୟ ନିର୍ବାଚନ ଆୟୋଗ ସୂଚନା ଦେଇଛନ୍ତି। ଶ୍ରୀ ପାଢୀ କହିଛନ୍ତି, ନଭେମ୍ବର ୧୬ ତାରିଖରେ ସମସ୍ତ ଗ୍ରାମପଞ୍ଚାୟତରେ ପ୍ରାଥମିକ ଭୋଟର ତାଲିକା ପ୍ରକାଶ କରାଯିବ। କୌଣସି ଦାବି କିମ୍ବା ଆପତ୍ତି ଓ ଅଭିଯୋଗ ଥିଲେ, ୨୩ ତାରିଖ ସୁଦ୍ଧା ଇଲେକଟ୍ରୋରାଲ ରେଜିଷ୍ଟ୍ରଆର ଅଫିସର ନିକଟରେ ଦାଖଲ କରଯାଇ ପାରିବ। ୨୪ରୁ ୨୬ ତାରିଖ ମଧ୍ୟରେ ସମ୍ପୃକ୍ତ ଅଧିକାରୀ ଏହାର ଫଇସଲା କରିବେ। ଚିଠା ଭୋଟର ତାଲିକାକୁ ନେଇ ଯେଉଁମାନେ ଅସନ୍ତୋଷ ପ୍ରକାଶ କରିବେ ସେମାନେ ୨୯ରୁ ୩୦ ନଭେମ୍ବର ମଧ୍ୟରେ ବିଡିଓଙ୍କ ପାଖରେ ଦରଖାସ୍ତ ଆବେଦନ କରିବେ। ଡିସେମ୍ବର ୧ରୁ ୨ ତାରିଖ ଭିତରେ ବିଡିଓ ଏହି ଅଭିଯୋଗର ଫଇସଲା କରିବେ। ଡିସେମ୍ବର ୪ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ ୧୪ ତାରିଖରେ ନିର୍ବାଚନ କମିଶନରଙ୍କ ପାଖକୁ ଚୂଡାନ୍ତ ଭୋଟର ତାଲିକା ପହଞ୍ଚିବା।












Click it and Unblock the Notifications