Breaking: ବାଣଫୁଟି ୨୦ ଆହତ, କାର୍ତ୍ତିକେଶ୍ୱର ଭସାଣ ବେଳେ ଘଟିଲା ଅଘଟଣ
ଜିଲ୍ଲା ସଦର ଥାନା ଅଞ୍ଚଳରେ କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ଫୁଟି ୨୦ରୁ ଅଧିକ ଗୁରୁତର । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ ।
କେନ୍ଦ୍ରାପଡ଼ା: ଜିଲ୍ଲା ସଦର ଥାନା ଅଞ୍ଚଳରେ କାର୍ତ୍ତିକେଶ୍ୱର ଭସାଣ ବେଳେ ବାଣ ଫୁଟି ୨୦ରୁ ଅଧିକ ଗୁରୁତର । ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଂକଟାପନ୍ନ । ସମସ୍ତ ଗୁରୁତରଙ୍କୁ କେନ୍ଦ୍ରାପଡ଼ା ମେଡିକାଲ୍ରେ ଭର୍ତ୍ତି କରାଯାଇଛି ।

ମିଳିଥିବା ସୂଚନା ମୁତାବକ, କେନ୍ଦ୍ରାପଡ଼ା ଜିଲ୍ଲା ସଦର ଥାନା ଅଞ୍ଚଳରେ ଆଜି କାର୍ତ୍ତିକେଶ୍ୱର ମେଢ଼ ଭସାଣି ବେଳେ ଘଟିଛି ଅଘଟଣ । ବାଣ ଫୁଟାଇ ଶୋଭାଯାତ୍ରା ଚାଲିଥିବା ବେଳେ ବାଣୁଆ ବାଣ ଫୁଟାଇଥିଲା, ହେଲେ କୌଣସି କାରଣରୁ ବାଣ ଉପରକୁ ନଯାଇ ଫୁଟି ଯାଇଥିଲା । ସମସ୍ତ ବାଣ ଏକାବେଳେ ଫୁଟିବାରୁ ପ୍ରଚଣ୍ଡ ଶବ୍ଦ କରିଥିଲା। ଏହା ଚାରିଆଡ଼କୁ ଛିଟିକିବାରେ ଲାଗିଥିଲା। ଫଳରେ ଭସାଣରେ ଡିଜେ ବଜାଇ ନାଚୁଥିବା, ବାଣ ଦେଖୁଥିବା ଓ ଆଖପାଖରେ ଦୋକାନ କରିଥିବା ଲୋକଙ୍କ ଉପରେ ବାଣ ନିଆଁ ହୋଇଥିଲା। ଫଳରେ ବହୁ ସଂଖ୍ୟକ ଲୋକ ଆହତ ହୋଇଥିଲେ।
ସେଠାରେ ୪ ଜଣଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ କଟକ ରେଫର କରାଯାଇଛି। ଆଜି ରାତି ପ୍ରାୟ ସାଢ଼େ ୯ଟା ବେଳେ ଏହି ଅଘଟଣ ଘଟିଛି। ସେପଟେ କେନ୍ଦ୍ରାପଡ଼ା ଡାକ୍ତରଖାନାର ଜଳାପୋଡ଼ା ଚିକିତ୍ସା ବିଭାଗରେ ଆବଶ୍ୟକ ସଂଖ୍ୟକ ଶଯ୍ୟା ନ ଥିବାରୁ ଏତେ ସଂଖ୍ୟକ ଆହତଙ୍କୁ କିପରି ଚିକିତ୍ସା କରାଯିବ ସେ ନେଇ ସଙ୍କଟ ସୃଷ୍ଟି ହୋଇଛି।
-
ପୁଣି ଥରେ ଭାରତକୁ ସାହାଯ୍ୟର ହାତ ବଢାଇଛି ଋଷିଆ, ସାରା ବିଶ୍ବରେ.... -
ବୁଡ଼ିଗଲା ଇରାନର ଯୁଦ୍ଧ ଜାହାଜ, 101 ଜଣ ନିଖୋଜ -
ହୋଲିରେ କର୍ମଚାରୀଙ୍କୁ ବଡ଼ ଉପହାର, ୩% ବଢିଲା ମହଙ୍ଗା ଭତ୍ତା -
ଇରାନର ମିସାଇଲ୍ ମାଡ଼ରେ ଆମେରିକାର ଯବାନ ନିହତ -
ଇରାନୀ ବିମାନକୁ ଗୁଳି କରି ଖସାଇଲା ଇସ୍ରାଏଲ -
ପ୍ରଧାନମନ୍ତ୍ରୀ ମୋଦୀ ଚାଲିଯିବା ପରେ ଅପରେସନ;ଇସ୍ରାଏଲ ରାଷ୍ଟ୍ରଦୂତ -
ଆଫଗାନିସ୍ତାନ - ପାକିସ୍ତାନ ମୁହାଁମୁହିଁ ; ୧୫୦ ସୈନ୍ୟଙ୍କୁ ମାରିଲା ଆଫଗାନିସ୍ତାନ, ୪୦ ପୋଷ୍ଟ୍ ଉପରେ କବଜା -
T-20 ବିଶ୍ବକପର ଆଜି ପ୍ରଥମ ସେମିଫାଇନାଲ୍ ମୁକାବିଲା, ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡ -
ଆଫଗାନ ତାଲିବାନର କମାଣ୍ଡରଙ୍କୁ ହତ୍ୟା -
ମଧ୍ୟପ୍ରାଚ୍ୟ ଉତ୍ତେଜନା ବୃଦ୍ଧି ଯୋଗୁଁ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ବାତିଲ -
ଶାକାହାରୀମାନଙ୍କୁ ହେବନି ଏହି 5 ପ୍ରକାର କ୍ୟାନ୍ସର, ରିସର୍ଚ୍ଚରୁ ବଡ଼ ଖୁଲାସା -
ବିଜୟ ମହାପାତ୍ରଙ୍କ ଘରେ ରାଜ୍ୟସଭା ପ୍ରାର୍ଥୀ ଦିଲ୍ଲୀପ ରାୟ











Click it and Unblock the Notifications